ଶିଶୁ ମୃତ୍ୟୁର ୨୪ ଘଣ୍ଟା ନ ପୂରୁଣୁ ଚାଲିଗଲା ନାବାଳିକା ମା’ଙ୍କ ଜୀବନ

ଜି.ଉଦୟଗିରି,୭ା୧୦(ଡି.ଏନ୍‌.ଏ.): ଜି.ଉଦୟଗିରି ସେବା ସଦନରେ ରହୁଥିବା ଜଣେ ସପ୍ତମ ଶ୍ରେଣୀ ନାବାଳିକା ବୁଧବାର ରାତିରେ ଏକ ମୃତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହି ଘଟଣାର ୨୪ ଘଣ୍ଟା ନ ପୂରୁଣୁ ନାବାଳିକା ମା’ଙ୍କ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରାତିରେ ମୃତ୍ୟୁ ଘଟିଛି। ଏନେଇ ଜି.ଉଦୟଗିରି ପୋଲିସ ଏକ ମାମଲା(ନଂ.୮/୨୨) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ଅନ୍ୟପକ୍ଷେ ଶିଶୁ ସୁରକ୍ଷା ସମିତି ଓ ପ୍ରଶାସନ ଶିଶୁ ମୃତ୍ୟୁ ପରେ ନାବାଳିକାଙ୍କୁ ଜିଲା ହସ୍ପିଟାଲକୁ ନ ଆଣି ଜି.ଉଦୟଗିରି ହସ୍ପିଟାଲରେ ଚିକିତ୍ସାକୁ ନେଇ ବର୍ତ୍ତମାନ ପ୍ରଶ୍ନ ଉଠିଛି। ତେଣୁ ଘଟଣାର ନିରପେକ୍ଷ ତଦନ୍ତ ଦାବି ହୋଇଛି।

ମିଳିଥିବା ସୂଚନା ମୁତାବକ, ବେଲଘର ଥାନା ଅଞ୍ଚଳ ତୁମୁଡିବନ୍ଧ ବ୍ଲକର ଏକ ସରକାରୀ ଆବାସିକ ବିଦ୍ୟାଳୟରେ ନାବାଳିକା ଜଣକ ସପ୍ତମ ଶ୍ରେଣୀରେ ପଢୁଥିଲେ। ଛାତ୍ରୀ ଜଣକ ଗର୍ଭବତୀ ଥି ବା ଜାଣି ବିଦ୍ୟାଳୟ କର୍ତ୍ତୃପକ୍ଷ ବେଲଘର ଥାନାକୁ ଜଣାଇଥିଲେ। ବେଲଘର ପୋଲିସ ତଦନ୍ତ କରି ଜଣେ ନାବାଳକ ଦ୍ୱାରା ବଳାତ୍କାରର ଶିକାର ହୋଇ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡିଥିଲା। ଏନେଇ ବେଲଘର ପୋଲିସ ଏକ ମାମଲା(ନଂ.୪୩/୨୨) ରୁଜୁ କରି ଅଭିଯୁକ୍ତ ନାବାଳକଙ୍କୁ ସୁଧାର ଗୃହକୁ ପଠାଇଥିଲା। ଶିଶୁ ସୁରକ୍ଷା ଅଧିକାରୀ ନାବାଳିକାଙ୍କୁ ଜି.ଉଦୟଗିରିର ଏକ ସେବା ସଦନରେ ରଖିଥିଲେ।
ଅନ୍ୟପକ୍ଷେ ନାବାଳିକାଙ୍କ ମୃତ୍ୟୁ ଖବର ପାଇ ସ୍ଥାନୀୟ ତହସିଲଦାର ଓ ବିଡିଓ ହସ୍ପିଟାଲରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ମାଜିଷ୍ଟ୍ରେଟ ଓ ବେଲଘର ପୋଲିସ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି ବୋଲି ଜି.ଉଦୟଗିରି ଆଇଆଇସି ଅଜିତ କୁମାର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri