ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରିଥିଲେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି।
ହୋମଗାର୍ଡମାନେ ସବୁଠୁ ଅଧିକ କାମ କରିଥାନ୍ତି, ତାଙ୍କୁ କେହି ପଚାରନ୍ତିନି। କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ ହେଲେ କ୍ଷତିପୂରଣ ଦେବାକୁ ଯୋଜନା ଚାଲିଛି। ମତ୍ୟୁ ପରେ ପରିବାରର ଜଣଙ୍କୁ ଚାକିରି ଦେବାକୁ ମଧ୍ୟ ଯୋଜନା ଚାଲିଛି। ଆଉ ୧୦ଟି ଓଡ୍ରାଫ୍‌ ୟୁନିଟ ବଢ଼ାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।

ସପ୍ତାହେ ଭିତରେ ଏସ୍‌ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ପ୍ରତି ପୋଲିସ ପାଖରେ ବାଇକ୍‌ ରହିବ। ଥାନାରେ ୨ଟି ଜିପ୍‌ ରହିବ। କାର୍ଯ୍ୟକୁ ସହଜ ଏବଂ ସରଳ କରିବା ପାଇଁ ସରକାର ଏପରି ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri