ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରିଥିଲେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି।
ହୋମଗାର୍ଡମାନେ ସବୁଠୁ ଅଧିକ କାମ କରିଥାନ୍ତି, ତାଙ୍କୁ କେହି ପଚାରନ୍ତିନି। କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ ହେଲେ କ୍ଷତିପୂରଣ ଦେବାକୁ ଯୋଜନା ଚାଲିଛି। ମତ୍ୟୁ ପରେ ପରିବାରର ଜଣଙ୍କୁ ଚାକିରି ଦେବାକୁ ମଧ୍ୟ ଯୋଜନା ଚାଲିଛି। ଆଉ ୧୦ଟି ଓଡ୍ରାଫ୍‌ ୟୁନିଟ ବଢ଼ାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।

ସପ୍ତାହେ ଭିତରେ ଏସ୍‌ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ପ୍ରତି ପୋଲିସ ପାଖରେ ବାଇକ୍‌ ରହିବ। ଥାନାରେ ୨ଟି ଜିପ୍‌ ରହିବ। କାର୍ଯ୍ୟକୁ ସହଜ ଏବଂ ସରଳ କରିବା ପାଇଁ ସରକାର ଏପରି ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri