ମା’ଙ୍କ ମୃତ୍ୟୁ ପରେ ଶିଶୁକନ୍ୟାଙ୍କୁ ବିକ୍ରି

କୋରାପୁଟ ,୧୨ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରୁ ଶୁକ୍ରବାର ଏକ ଶିଶୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଶିଶୁକନ୍ୟାଙ୍କ ବାପା କହିଛନ୍ତି ଯେ, ତାଙ୍କ ଝିଅକୁ ବିକ୍ରି କରିଦିଆଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏପରି ଏକ ଘଟଣା ହସ୍ପିଟାଲର ପରିଚାଳନା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଥାନାରେ ମାମଲା (୪୨/୨୧) ରୁଜୁ ହୋଇଛି। ଶିଶୁକନ୍ୟା ଗାଏବ୍‌ ଘଟଣାର ପ୍ରକୃତ ରହସ୍ୟ ତଦନ୍ତ ପରେ ସ୍ପଷ୍ଟ ହେବ। ଏବେ ଘଟଣାର ଅଧିକ ତଦନ୍ତ ଚାଲିଥିବା ଟାଉନ ଥାନା ଅଧିକାରୀ ଧୀରେନ ପଟ୍ଟନାୟକ କହିଛନ୍ତି।
ଖବରରୁ ଜଣାଯାଇଛି, ନବରଙ୍ଗପୁର ପାପଡାହାଣ୍ଡି ଅଞ୍ଚଳର ଡମ୍ବୁ ସିଂ ଗୌଡ ତାଙ୍କ ସ୍ତ୍ରୀଙ୍କ ପ୍ରସବ ନେଇ ୯ ତାରିଖରେ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ। ମେଡିକାଲରେ ସେହିଦିନ ତାଙ୍କର ଏକ ନବଜାତ ଶିଶୁ କନ୍ୟା ଜନ୍ମ ହୋଇଥିଲା । ମାତ୍ର ଶିଶୁ କନ୍ୟା ଜନ୍ମ ପରେ ମା’ଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡିବାରୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ସେତେବେଳେ ଡମ୍ବୁ ନିଜ ନବଜାତ ଶିଶୁକୁ ମେଡିକାଲ ଆଇସିୟୁରେ ଛାଡି ସ୍ତ୍ରୀଙ୍କ ମୃତଦେହ ଧରି ସତ୍କାର ପାଇଁ ଗ୍ରାମକୁ ଚାଲିଯାଇଥିଲେ। ଶୁକ୍ରବାର ତାଙ୍କ ନବଜାତ ଶିଶୁ କନ୍ୟାର ଅବସ୍ଥା କିପରି ଅଛି ଦେଖିବାକୁ କୋରାପୁଟ ମେଡିକାଲ କଲେଜ ଯାଇଥିଲେ। ମାତ୍ର ଆଇସିୟୁରେ ତାଙ୍କ ୩ ଦିନର ଶିଶୁ କନ୍ୟା ନ ଥିଲା। ଏନେଇ ସେ କୋରାପୁଟ ଟାଉନଥାନାରେ ଅଭିଯୋଗ କରିଥିଲେ । ଏହାକୁ ଭିତ୍ତି କରି ଟାଉନଥାନାରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ପଟ୍ଟନାୟକ କହିଛନ୍ତି। ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ଦଳ ମେଡିକାଲରେ ପହଞ୍ଚି ଅଭିଯୋଗର ତଦନ୍ତ କରିଛନ୍ତି। ତଦନ୍ତ ବେଳେ ଡମ୍ବୁଙ୍କ ନବଜାତ ଶିଶୁ କନ୍ୟା ମେଡିକାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ନେଇ କିଛି ଟୋକନ କରାଯାଇ ନ ଥିବା ଜାଣିବାକୁ ମିଳିଛି। ଘଟଣାର ଅଧିକ ତଦନ୍ତ ଚାଲିଛି ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?