‘ଡିଗ୍ରୀ ପରେ ଶିକ୍ଷାର ପ୍ରୟୋଗାତ୍ମକ ପ୍ରକ୍ରିୟା ଆରମ୍ଭ ହୁଏ’

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି. ଗୋପାଲ ଗୌଡା ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ପ୍ରତ୍ୟେକ ବ୍ୟକ୍ତି ଶିକ୍ଷିତ ହେଲେ ସମାଜ ଶିକ୍ଷିତ ହେବ। ଡିଗ୍ରୀ ପାଇବା ପରେ ଶିକ୍ଷା ଶେଷ ହୁଏ ନାହିଁ, ବରଂ ଏହାର ପ୍ରୟୋଗାତ୍ମକ ପ୍ରକ୍ରିୟା ଏଠାରୁ ଆରମ୍ଭ ହୋଇଥାଏ ବୋଲି ଜଷ୍ଟିସ ଗୌଡ଼ା କହିଥିଲେ। ଏହି ଅବସରରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜଷ୍ଟିସ ଭି.ଗୋପାଲ ଗୌଡ଼ାଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଥିଲା। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରି କହିଲେ, ପ୍ରେମ ବିହୀନ ସମାଜର ଦୁଃଖ ଓ ଦୁର୍ଦ୍ଦଶା ମଣିଷ ଅନୁଭବ କରୁଛି। ସ୍ନେହ ପ୍ରେମରେ ଅନେକ ଦୁଃଖ ଓ ଘନଘଟା ଦୂରେଇ ଯିବ। ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବାବେଳେ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସ୍ବାଗତ ଭାଷଣ ଓ କୁଳସଚିବ ଡ. ଅଭୟ କୁମାର ନାୟକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଶିଷ୍ଟ ଶିକ୍ଷାବିତ ତଥା ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଏବଂ ଡିଆର୍‌ଡିଓ ଏରୋନଟିକାଲ ସିଷ୍ଟମର ଡାଇରେକ୍ଟର ଜେନେରାଲ ତଥା ବିଶିଷ୍ଟ ବୈଜ୍ଞାନିକ ଡ. ଟେସି ଥୋମାସଙ୍କୁ ସମ୍ମାନ ସୂଚକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଥିଲା। ସେହିପରି ୨୦୨୧-୨୨ ଶିକ୍ଷାବର୍ଷରେ ଉତ୍ତୀର୍ଣ୍ଣ ୧୬୩ଜଣ ଛାତ୍ରୀଛାତ୍ରଙ୍କୁ ପିଏଚ୍‌ଡି ଡିଗ୍ରୀ ଏବଂ ଜଣଙ୍କୁ ଡିଏସି ଓ ଅନ୍ୟ ଜଣଙ୍କୁ ଡିଲିଟ ଡିଗ୍ରୀ ଉପାଧି ପ୍ରଦାନ କରାଯାଇଥିଲା। ବିଭିନ୍ନ ପିଜି ପାଠ୍ୟକ୍ରମରେ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ହାସଲ କରିଥିବା ୯୯ଜଣ ଛାତ୍ରୀଛାତ୍ରଙ୍କୁ ସ୍ବର୍ଣ୍ଣ ପଦକ ଦିଆଯାଇଥିଲା। ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ଦୁର୍ଗାଶଙ୍କର ପଟ୍ଟନାୟକ, ପ୍ରଫେସର ମିତାଲି ଚିନ୍ନାରା, ପ୍ରଫେସର ନିଗମାନନ୍ଦ ଦାଶ, ପ୍ରଫେସର କବୀର ମୋହନ ସେଠୀ, ପରୀକ୍ଷା ନିୟନ୍ତ୍ରକ ଡ.ଶରତ କୁମାର ମାଝି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri