‘ଡିଗ୍ରୀ ପରେ ଶିକ୍ଷାର ପ୍ରୟୋଗାତ୍ମକ ପ୍ରକ୍ରିୟା ଆରମ୍ଭ ହୁଏ’

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି. ଗୋପାଲ ଗୌଡା ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ପ୍ରତ୍ୟେକ ବ୍ୟକ୍ତି ଶିକ୍ଷିତ ହେଲେ ସମାଜ ଶିକ୍ଷିତ ହେବ। ଡିଗ୍ରୀ ପାଇବା ପରେ ଶିକ୍ଷା ଶେଷ ହୁଏ ନାହିଁ, ବରଂ ଏହାର ପ୍ରୟୋଗାତ୍ମକ ପ୍ରକ୍ରିୟା ଏଠାରୁ ଆରମ୍ଭ ହୋଇଥାଏ ବୋଲି ଜଷ୍ଟିସ ଗୌଡ଼ା କହିଥିଲେ। ଏହି ଅବସରରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜଷ୍ଟିସ ଭି.ଗୋପାଲ ଗୌଡ଼ାଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଥିଲା। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରି କହିଲେ, ପ୍ରେମ ବିହୀନ ସମାଜର ଦୁଃଖ ଓ ଦୁର୍ଦ୍ଦଶା ମଣିଷ ଅନୁଭବ କରୁଛି। ସ୍ନେହ ପ୍ରେମରେ ଅନେକ ଦୁଃଖ ଓ ଘନଘଟା ଦୂରେଇ ଯିବ। ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବାବେଳେ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସ୍ବାଗତ ଭାଷଣ ଓ କୁଳସଚିବ ଡ. ଅଭୟ କୁମାର ନାୟକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଶିଷ୍ଟ ଶିକ୍ଷାବିତ ତଥା ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଏବଂ ଡିଆର୍‌ଡିଓ ଏରୋନଟିକାଲ ସିଷ୍ଟମର ଡାଇରେକ୍ଟର ଜେନେରାଲ ତଥା ବିଶିଷ୍ଟ ବୈଜ୍ଞାନିକ ଡ. ଟେସି ଥୋମାସଙ୍କୁ ସମ୍ମାନ ସୂଚକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଥିଲା। ସେହିପରି ୨୦୨୧-୨୨ ଶିକ୍ଷାବର୍ଷରେ ଉତ୍ତୀର୍ଣ୍ଣ ୧୬୩ଜଣ ଛାତ୍ରୀଛାତ୍ରଙ୍କୁ ପିଏଚ୍‌ଡି ଡିଗ୍ରୀ ଏବଂ ଜଣଙ୍କୁ ଡିଏସି ଓ ଅନ୍ୟ ଜଣଙ୍କୁ ଡିଲିଟ ଡିଗ୍ରୀ ଉପାଧି ପ୍ରଦାନ କରାଯାଇଥିଲା। ବିଭିନ୍ନ ପିଜି ପାଠ୍ୟକ୍ରମରେ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ହାସଲ କରିଥିବା ୯୯ଜଣ ଛାତ୍ରୀଛାତ୍ରଙ୍କୁ ସ୍ବର୍ଣ୍ଣ ପଦକ ଦିଆଯାଇଥିଲା। ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ଦୁର୍ଗାଶଙ୍କର ପଟ୍ଟନାୟକ, ପ୍ରଫେସର ମିତାଲି ଚିନ୍ନାରା, ପ୍ରଫେସର ନିଗମାନନ୍ଦ ଦାଶ, ପ୍ରଫେସର କବୀର ମୋହନ ସେଠୀ, ପରୀକ୍ଷା ନିୟନ୍ତ୍ରକ ଡ.ଶରତ କୁମାର ମାଝି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri