ନାଗରିକ ମଞ୍ଚର ଦାବି ପରେ ଚେତା ପଶିଲା: ୧୬୦ କଳାକାରଙ୍କୁ ଆକାଉଣ୍ଟକୁ ଗଲା ସହାୟତା ରାଶି

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚଳିତବର୍ଷ ଉତ୍ସାହର ଉଦ୍ଦୀପନାର ସହିତ ଉଦ୍‌ଯାପିତ ହୋଇଥିଲା । ଅନ୍ୟବର୍ଷ ତୁଳନାରେ ଏଥର ମହୋତ୍ସବର ଆକର୍ଷଣ ସହିତ ଦର୍ଶକଙ୍କ ସଂଖ୍ୟା ମଧ୍ୟ ବଢ଼ିଥିବା ପରିଲକ୍ଷିତ ହୋଇଥିଲା। ନୂଆ ଭାଜପା ସରକାର ମହୋତ୍ସବ ପାଇଁ କରିଥିବା ଘୋଷଣା ଗୁଡ଼ିକ ଅଧୁରା ରହିଯାଇ ଥିବା ଯୋଗୁ ଅସନ୍ତୋଷ ଲାଗି ରହିଛି। ସରକାରଙ୍କ ଘୋଷଣା ମୁତାବକ ୧୬୪ ଧନୁଯାତ୍ରା କଳାକାରମାନଙ୍କୁ ୧୦ହଜାର ଟଙ୍କା ଲେଖାଏ ସହାୟତା ରାଶି ମିଳିପାରି ନ ଥିବା ଯୋଗୁ ବରଗଡ ନାଗରିକ ମଞ୍ଚ ଧନୁଯାତ୍ରା ମହୋତ୍ସବ ସମିତିର ତଥା ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଥିଲା। ଏହାପରେ ସୋମବାର କଂସ ମହାରାଜ ଅଭିନେତା ଭୁବନେଶ୍ବର ପ୍ରଧାନଙ୍କ ସମେତ ୧୬୦ କଳାକାରଙ୍କ ଆକାଉଣ୍ଟକୁ ୧୦ହଜାର ଟଙ୍କା ଲେଖାଏ ସହାୟତା ରାଶି ଯାଇଥିବା ନେଇ ସୂଚନା ମିଳିଛି। ଅନ୍ୟପକ୍ଷରେ କଂସ ଦରବାରରେ ରାଜ ଅତିଥିଭାବେ ଯୋଗଦେଇ ଖାଦ୍ୟ, ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଥୁରାର ଖାଉଟୀମାନଙ୍କୁ ଗୋଟିଏ ମାସର ଅତିରିକ୍ତ ଚାଉଲ ଦିଆଯିବ ବୋଲି ଘୋଷଣା କରିଥିଲେ। କିନ୍ତୁ ଏପର୍ଯ୍ୟନ୍ତ ତାହା ମିଳି ନ ଥିବା ଅଭିଯୋଗ ହୋଇଛି। ତାହା କେବେ ମିଳିବ ବୋଲି ବରଗଡ଼ ନାଗରିକ ମଞ୍ଚ ପ୍ରଶ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri