ଡେଙ୍ଗୁ ରୋଗୀ ଚିହ୍ନଟ ପରେ ବଢ଼ିଲା ଚିନ୍ତା

ଅନୁଗୋଳ,୪ା୮(ଅମିତ କୁମାର ସାମଲ): ଅନୁଗୋଳରେ ୨ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ସହରର ଅନେକ ଲୋକ ଚିନ୍ତାରେ ପଡ଼ିଛନ୍ତି। ଅତୀତରେ ସେମାନେ ଡେଙ୍ଗୁର ଭୟାବହତା ଦେଖିଥିବାରୁ କିପରି ଏହା କବଳରୁ ସୁରକ୍ଷିତ ରହିବେ ସେ ନେଇ ବ୍ୟସ୍ତ ହୋଇପଡ଼ିଛନ୍ତି। ହେଲେ ଜିଲା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କେବଳ ବୈଠକ କରି ସଚେତନ କରାଯିବା ବ୍ୟତୀତ ଅନ୍ୟ କିଛି କାର୍ଯ୍ୟପନ୍ଥା ଆପଣାଯାଉ ନ ଥିବା ସହରବାସୀ ଅଭିଯୋଗ କରୁଛନ୍ତି। ମେଡିକାଲ ପରିସର ଠାରୁ ଆରମ୍ଭ କରି ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବାରୁ ଡେଙ୍ଗୁର ଭୟ ଘାରୁଥିବା ସେମାନେ କହିଛନ୍ତି।
ସହରବାସୀଙ୍କ କହିବା ଅନୁଯାୟୀ, ୨୦୧୧ରୁ ୨୦୧୪ ପର୍ଯ୍ୟନ୍ତ ଜିଲାରେ ଡେଙ୍ଗୁ ଭୟାବହ ପରିସ୍ଥିତି ସୃଷ୍ଟି କରିଥିଲା। କିନ୍ତୁ ଚଳିତବର୍ଷ ଡେଙ୍ଗୁ ନିରାକରଣ ନେଇ ଯେଭଳି ପଦକ୍ଷେପ ନିଆଯିବା କଥା ତାହା ହେଉନାହିଁ। ଡାକ୍ତରଖାନା ପଛପଟେ କୁଢ଼ କୁଢ଼ ଅଳିଆ ଗଦା ହୋଇ ହୋଇଛି। ଖାଲଖମାରେ ପାଣି ଜମି ରହୁଛି। ସହର ଭିତରେ ମଶା ତେଲ ପଡୁନାହିଁ। ପଇଡ଼ ଖୋଳ, ଅବ୍ୟବହୃତ ଟାୟାର ଏଣେତେଣେ ପଡ଼ି ରହିଥିବା ମଧ୍ୟ ତାହାକୁ ସଫା କରାଯିବା ଦିଗରେ ପଦକ୍ଷେପ ନିଆଯାଉ ନାହିଁ। ସହର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଗଦା ହୋଇଥିଲେ ବି ସ୍ବାସ୍ଥ୍ୟ ବିଭାଗ କେବଳ ଚିଠି ଲେଖିଦେଇ କାର୍ଯ୍ୟ ସାରିଦେଇଛି। ପୌରପାଳିକା କି ଜନସ୍ବାସ୍ଥ୍ୟ ବିଭାଗ ମଧ୍ୟ ପଦକ୍ଷେପ ନେଉନାହିଁ। କମିଟି ଗଠନ କରାଯାଇ ଅମାନିଆ ଫଳ ବ୍ୟବସାୟୀ, ଟାୟାର ମରାମତି ଦୋକାନ ଓ ବିଭିନ୍ନ ସ୍ଥାନରେ ପରିମଳ ବ୍ୟବସ୍ଥାକୁ ବିପର୍ଯ୍ୟୟ କରୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏ ସମ୍ପର୍କରେ ମେଡିକାଲର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ମେଡିକାଲ ପରିସରରେ ପରିମଳ ବ୍ୟବସ୍ଥା ସମ୍ପର୍କରେ ଏଡିଏମ୍‌ଓ(ମେଡିକାଲ) ଓ ପରିଚାଳକ ଧ୍ୟାନ ଦେବା କଥା। କିନ୍ତୁ ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଘର ନିକଟରୁ ଆରମ୍ଭ କରି ଡାକ୍ତର ଓ କର୍ମଚାରୀଙ୍କ କ୍ବାର୍ଟର୍ସ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଆବର୍ଜନା ଗଦା ହୋଇ ଡମ୍ପିଂୟାର୍ଡର ଭ୍ରମ ସୃଷ୍ଟି କରୁଛି। କିନ୍ତୁ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଏଡିଏମ୍‌ଓ(ଜନସ୍ବାସ୍ଥ୍ୟ) ଡାକ୍ତର ଧନଞ୍ଜୟ ବେହେରା କହିଛନ୍ତି, ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। କିନ୍ତୁ କେତେଜଣ ଫଳ ବ୍ୟବସାୟୀ ଏହାକୁ ଅମାନ୍ୟ କରୁଥିବା ଖବର ଆସିଛି। ଉକ୍ତ ଦୋକାନଗୁଡ଼ିକ ସିଲ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?