ଆଲୋଚନା ପରେ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୧୯।୮(ଅନୁରାଧା ମହାରଣା): ୩ଦିନ ଧରି ୫୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷା କର୍ମଚାରୀ ନିଜର ଅଧିକାର ପାଇବା ପାଇଁ ରାଜଧାନୀର ରାଜରାସ୍ତାରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଦ୍ୟାଳୟ ଛାଡ଼ି ଶିକ୍ଷକ ରାଜରାସ୍ତାରେ ଶୋଉଥିବାବେଳେ ସରକାର ସେମାନଙ୍କ ଦାବିକୁ ଅଣଦେଖା କରୁଛନ୍ତି ବୋଲି ଆନ୍ଦୋଳନକାରୀ କହିଛନ୍ତି। ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ବାନରେ ଗାନ୍ଧିମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣାରେ ହଜାର ହଜାର ଶିକ୍ଷକ ବର୍ଷାକୁ ଖାତିର ନକରି ଜମା ହୋଇଥିଲେ। ମାଷ୍ଟର କ୍ୟାଣ୍ଟିନ ଛକଠାରୁ ପିଏମଜି ପର୍ଯ୍ୟନ୍ତ ଶିକ୍ଷକମୟ ହୋଇଯାଇଥିଲା। ଶେଷରେ ସରକାରଙ୍କ ତରଫରୁ ଆଲୋଚନା ପାଇଁ ଡାକରା ଆସିବା ପରେ ସଂଗଠନର ସଭାପତି, କାର୍ଯ୍ୟକାରୀ ସଭାପତି, ସାଧାରଣ ସମ୍ପାଦକ, ଯୁଗ୍ମ ସାଧାରଣ ସମ୍ପାଦକ, କୋଷାଧ୍ୟକ୍ଷ ଯାଇଥିଲେ। ମୁଖ୍ୟ ଶାସନ ସଚିବ ଏବଂ ବିଭାଗୀୟ ସଚିବଙ୍କ ସହିତ ପୃଥକ ଆଲୋଚନା ହୋଇଥିଲା। ଆଲୋଚନାକୁ ସମ୍ମାନ ଜଣାଇ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି ମାତ୍ର ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ନ ଦେଲେ, ସପ୍ତମ ବେତନ କମିଶନ ପାଇବାରୁ ବଞ୍ଚତ୍ତ ବିଦ୍ୟାଳୟଗୁଡ଼ିକ ପାଇଁ ଏହା ଲାଗୁ ନ ହେଲେ, ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ କାଯର୍ର୍‌ୟରତ ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କୁ ପେନସନ୍‌ ତଥା ଚାକିରି ସର୍ତ୍ତାବଳୀ ନଦେଲେ, ସମସ୍ତ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକୁ ସରକାରୀକରଣ ନକଲେ, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ସମସ୍ତ ଚୁକ୍ତି ଭିିକ ଶିକ୍ଷକଙ୍କୁ ୬ଟି ଇନକ୍ରିମେଣ୍ଟ ଦେବା ସହିତ ବରିଷ୍ଠତା ପ୍ରଦାନ ନକଲେ ଏହି ଆନ୍ଦୋଳନ ଚାଲିବ ବୋଲି ଓଷ୍ଟାର ସଭାପତି ଅକ୍ଷୟ କୁମାର ମିଶ୍ର କହିଛନ୍ତି। ସରକାର ଯେଉଁ ଶିକ୍ଷା ଓ ଶିକ୍ଷକ ମାରଣନୀତି ଆପଣେଇଛନ୍ତି ତାହା ବିରୋଧରେ ଶିକ୍ଷା ରଥ ବୁଲିବ। ଏଥିରୁ ସଂଗଠନ ହଟିବ ନାହିଁ ବୋଲି ଯୁଗ୍ମସାଧାରଣ ସମ୍ପାଦକ ବ୍ରଜକିଶୋର ବିଶ୍ୱାଳ କହିଛନ୍ତି। ସରକାର ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ସେପ୍ଟେମ୍ବର ୪ ତାରିଖ ପୂର୍ବରୁ ଆନ୍ତଃ ମନ୍ତ୍ରୀ ସ୍ତରୀୟ ବୈଠକ ବସି ନିଷ୍ପତ୍ତିି ନିଆ ନଯାଏ ଏବଂ ଦାବି ପୂରଣ ନହୁଏ ତେବେ ଗୁରୁ ଦିବସ ଦିନ ପୁଣି ଆନ୍ଦୋଳନ ଆରମ୍ଭ କରାଯିବ। ଅନ୍ୟପଟେ ସମସ୍ୟା ସମାଧାନର କ୍ଷେତ୍ର ପ୍ରସ୍ତୁତ ନହେବା ଦୁର୍ଭାଗ୍ୟଜନକ ବୋଲି ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?