ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ପରେ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ନିଖୋଜ ନାବାଳକଙ୍କ ସ୍କୁଲ ଡ୍ରେସ୍‌ ଦେଖି…

ବଲାଙ୍ଗୀର,୧୮ା୧(ସୁନିଲ କୁମାର ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ନଦୀ ଭିତରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଠାବ ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

ସୂଚନାନୁସାରେ, ନଦୀକୁ ଗାଁର କିଛି ଲୋକ ରବିବାର ସକାଳେ ଶୌଚ ହେବା ପାଇଁ ଯାଇଥିବା ବେଳେ ନଦୀ ଭିତରୁ ପ୍ରଥମେ ପାଦର ଖଣ୍ଡ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ଲରମ୍ଭା ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ନଦୀ ଭିତରୁ କିଛି ହାଡ଼ ଓ ଖପୁରୀ ମିଳିଥିବା ଜଣାପଡ଼ିଛି। ମୃତକ ଜଣକ କିଏ ଓ କିପରି ଏଠାକୁ ତା’ର ଖଣ୍ଡ ବିଖଣ୍ଡ ମୃତଦେହ କେମିତି ଆସିଲା ବର୍ତ୍ତମାନ ରହସ୍ୟ ଘେରରେ ରହିଛି।

ଅନ୍ୟ ପଟେ ଗତ ୨ ତାରିଖରେ ବଲାଙ୍ଗୀର ଜିଲା ଲରମ୍ଭା ଥାନା କାଦୋପାଣି ଗାଁର ୧୧ ବର୍ଷର ନାବାଳକ ନିଖୋଜ ଥିବା ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁ କରି ୧୫ ଦିନ ଧରି ଏହି ଘଟଣାର ତଦନ୍ତ କରୁଥିବା ବେଳେ ତା’ର କୌଣସି ପତ୍ତା ପାଇପାରୁ ନ ଥିଲା। ନଦୀରେ ଖଣ୍ଡ ବିଖଣ୍ଡିତ ଶରୀର ପଡ଼ିଥିବା ପୋଲିସ ଖବର ପାଇବା ପରେ ପୋଲିସ ସାଇଣ୍ଟଫିକ ଟିମ୍‌ ଓ ଡଗ୍‌ ସ୍କ୍ବାଡ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ନିଖୋଜ ନାବାଳକଙ୍କ ସ୍କୁଲ ଡ୍ରେସ ନଦୀରୁ ମିଳିଥିବା ଜଣାପଡ଼ିଛି l ଏ ଘଟଣା ସମ୍ପର୍କରେ ପୋଲିସର କୌଣସି ସୂଚନା ମିଳିପାରିନାହିଁ। ଖଣ୍ଡ ବିଖଣ୍ଡତ ମୃତ ଶରୀରରକୁ ନେଇ ପୋଲିସର ତଦନ୍ତ ଜାରି ରହିଥିବା ଏସ୍‌ଡିପିଓ ସଦାନନ୍ଦ ପୂଜାରୀ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri