Posted inଫୁରସତ

ଛାଡ଼ପତ୍ର ପରେ ସ୍ତ୍ରୀଙ୍କୁ ଭରଣପୋଷଣ ଲାଗି ସ୍ବାମୀ ଦେଲେ…

ଆର୍ଜେଣ୍ଟିନାର ସ୍ଥାନୀୟ କୋର୍ଟ ଜଣେ ବ୍ୟକ୍ତିଙ୍କୁ ତାଙ୍କ ଡିଗ୍ରୀଧାରୀ ସ୍ତ୍ରୀଙ୍କୁ ୨୮ ବର୍ଷ ପର୍ଯ୍ୟନ୍ତ ଘର କାମ କରିବା ନିମନ୍ତେ ୧ କୋଟି ୨୦ ଲକ୍ଷ ଭରଣପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଛାଡ଼ପତ୍ର ମାମଲାରେ କୋର୍ଟ ଏହି ରାୟ ପ୍ରକାଶ କରିଛନ୍ତି। କୋର୍ଟଙ୍କ ଅନୁଯାୟୀ, ସଂପୃକ୍ତା ମହିଳାଙ୍କ ନିକଟରେ ଆର୍ଥିକ ସୁବିଧା ନାହିଁ। ଏଥିପାଇଁ ମହିଳା ଜଣକ ଏତେ ପରିମାଣର ଧନରାଶି ସ୍ବାମୀଙ୍କଠାରୁ ଚାହିଁଥିଲେ। ଏହି ମହିଳାଙ୍କ ନାମ ଏମ୍‌ଏଲ୍‌ଏ। ସେ ଅର୍ଥଶାସ୍ତ୍ରରେ ସ୍ନାତକ କରିଛନ୍ତି। ତାଙ୍କର ବିବାହ ୧୯୮୧ ମସିହାରେ ହୋଇଥିଲା। ବିବାହ ପରେ ସ୍ତ୍ରୀ ସ୍ବାମୀ ନିଷ୍ପତ୍ତି ନେଇଥିଲେ ସେ ଘର ସମ୍ଭାଳିବେ ଏବଂ ସ୍ବାମୀ ଚାକିରି କରିବେ। କୌଣସି କାରଣକୁ ନେଇ ବିବାହର ୨୮ ବର୍ଷ ପରେ ୨୦୦୯ରେ ଦୁଇଜଣ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୧ରେ ଦୁହିଁଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିଲା। ଇତିମଧ୍ୟରେ ଏମ୍‌ଏଲ୍‌ଙ୍କ ବୟସ ୬୦ ହେଲାଣି। ପରିଣତ ବୟସରେ ଘର ଚଳାଇବାକୁ ତାଙ୍କ ନିକଟରେ ଅର୍ଥ ନାହିଁ କିମ୍ବା କାହାଘରେ କାମ କରି ପେଟ ପୋଷିବାକୁ ଦେହରେ ଆଉ ବଳ ନାହିଁ। ମାମଲା ପୁଣି ଥରେ କୋର୍ଟରେ ପହଞ୍ଚିଥିଲା। ଏମ୍‌ଏଲ୍‌ ବିଚାରପତିଙ୍କୁ କହିଛନ୍ତି, ତାଙ୍କର ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନୁହେଁ। ଏହା ଏକ ଭିନ୍ନ ଧରଣର ମାମଲା। ତେଣୁ ସମସ୍ତ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜଜ୍‌ ଏପରି ରାୟ ଶୁଣାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri