Posted inଜାତୀୟ

ନିର୍ବାଚନ ପରେ ରାହୁଲଙ୍କୁ ବଡ଼ ଝଟ୍‌କା ଦେଲେ ଉଦ୍ଧବ, କହିଲେ…

ମୁମ୍ବାଇ,୪।୧୨: ନିକଟରେ ହୋଇଥିବା ମହାରାଷ୍ଟ୍ର ନିର୍ବାଚନରେ ମହାବିକାଶ ଅଗାଡିର ଶୋଚନୀୟ ପରାଜୟ ହୋଇଥିବାବେଳେ ମହାୟୁତି ପ୍ରଚଣ୍ଡ ବିଜୟ ହାସଲ କରିଛି। ଏହି ନିର୍ବାଚନରେ ଏମଭିଏକୁ ବଡ଼ ଝଟ୍‌କର ଲାଗିଛି। ଫଳାଫଳ ଏପରି ରହିଛି କି, ଦଳ ବିରୋଧୀ ଦଳ ହେବାକୁ ସଂଖ୍ୟା ଜୁଟାଇ ପାରିନାହିଁ।

ମଙ୍ଗଳବାର ମୁମ୍ବାଇରେ ଏକ ସଭାରେ ଶିବସେନା (ଉଦ୍ଧବଗୋଷ୍ଠୀ) ଦଳର ମୁଖ୍ୟ ଉଦ୍ଧବ ଠାକରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯାହା କଂଗ୍ରେସ ସହ ଇଣ୍ଡିଆ ମେଣ୍ଟକୁ ଝଟ୍‌କା ଦେଇଛି। ଭବିଷ୍ୟତରେ ନିର୍ବାଚନ ହେଲେ ଦଳ ଏକାକୀ ନିର୍ବାଚନ ଲଢିବାକୁ ନିଷ୍ପତ୍ତି ନେଇପାରେ ବୋଲି ସେ ବୈଠକରେ କହିଛନ୍ତି। ଏହି ସମୟରେ ସେ ଦଳର ସଦସ୍ୟମାନଙ୍କୁ ଶିବସେନା (ୟୁବିଟି) ର ହିନ୍ଦୁତ୍ୱବାଦୀ ଭାବବାଦ ଉପରେ ଉଠୁଥିବା ପ୍ରଶ୍ନକୁ ପ୍ରତ୍ୟାଖ୍ୟାନ କରିବାକୁ ଏବଂ ଶିନ୍ଦେ ଦଳର ଦାବିକୁ ବିରୋଧ କରିବାକୁ କହିଥିଲେ।

ଉଦ୍ଧବ ବୈଠକରେ ପୂର୍ବତନ ତଥା ଆଶାୟୀ କର୍ପୋରେଟରମାନଙ୍କୁ ସମ୍ବୋଧିତ କରିଥିଲେ। ଏନେଇ ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ଦଳକୁ ନିର୍ଦ୍ଦେଶ ଦେଇଥିଲେ। ବିଏମସି, ଯାହା ଭାରତର ସବୁଠାରୁ ଧନୀ ସ୍ବାୟତ ସଂସ୍ଥା ଭାବେ ପରିଗଣିତ। ଶିବସେନା ଏହାକୁ ୨୫ ବର୍ଷ ଧରି ନିୟନ୍ତ୍ରଣ କରିଥିଲେ। ବର୍ତ୍ତମାନ ଶିିନ୍ଦେ ଦଳ ମହା ବିକାଶ ଆଗାଡିର ୪୭ଜଣ ପୂର୍ବତନ କର୍ପୋରେଟରଙ୍କୁ ନିଜ ପକ୍ଷକୁ ନେଇଛନ୍ତି। କହିରଖୁଛୁ କି, ମୁମ୍ବାଇରେ ବିଏମସି ନିର୍ବାଚନ ୩ ବର୍ଷ ବିଳମ୍ବରେ ହେବାକୁ ଯାଉଛି, ଯାହା ଆସନ୍ତା ବର୍ଷ ଫେବୃଆରୀ-ମାର୍ଚ୍ଚ ୨୦୨୫ରେ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri