ହଟିଲା ରହିତାଦେଶ: ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଲା

କଟକ ଅଫିସ,୨୨।୭: ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଛି। ୨୦୨୧ ମସିହାରେ ଜାରି ଠିକା ଶିକ୍ଷକ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତିକୁ ବିରୋଧ କରି ଦାୟର ସମସ୍ତ ମାମଲାକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିବା ସହ ଅନ୍ତରୀଣ ରହିତାଦେଶ ହଟାଇଛନ୍ତି। ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ କୌଣସି ଅନିୟମିତତା ହୋଇ ନ ଥିବା ହାଇକୋର୍ଟ ତାଙ୍କ ରାୟରେ ଦର୍ଶାଇଛନ୍ତି। ଏହା ପରେ ଖାଲି ଥିବା ଶିକ୍ଷକ ପଦବୀ ଖୁବଶୀଘ୍ର ପୂରଣ ପାଇଁ ବାଟ ଫିଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ଖାଲି ପଡ଼ିଥିବା ଉଚ୍ଚ ବିଦ୍ୟାଳୟ ଶିକ୍ଷକ ପଦବୀ ପୂରଣ ପାଇଁ ୨୦୨୧ ମସିହା ଡିସେମ୍ବର ୨୩ ତାରିଖରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଏଥିରେ ସଂରକ୍ଷଣ ନୀତିର ଉଲ୍ଲଂଘନ କରାଯିବା ସହ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ ବ୍ୟାପକ ଅନିୟମିତତା ଦର୍ଶାଇ ଏକାଧିକ ମାମଲା ଦାୟର ହୋଇଥିଲା। ଏହି ମାମଲାର ଶୁଣାଣି କରି ଗତ ମେ’ ୧୯ ତାରିଖରେ ମେରିଟ ଲିଷ୍ଟ ପ୍ରକାଶ କରିବା ଉପରେ ହାଇକୋର୍ଟ ଅନ୍ତରୀଣ ରହିିତାଦେଶ ଜାରି କରିଥିଲେ। ଏବେ ସମସ୍ତ ପକ୍ଷକୁ ଶୁଣିବା ପରେ ମାମଲାର ଚୁଡାନ୍ତ ରାୟ ପ୍ରକାଶ କରି ସମସ୍ତ ଆବେଦନକୁ ହାଇକୋର୍ଟ ଖାରଜ କରିବା ସହ ପୂର୍ବରୁ ଜାରି ହୋଇଥିବା ସ୍ଥଗିତାଦେଶକୁ ଖାରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri