Posted inଖେଳ

ଶୋଚନୀୟ ପରାଜୟ ପରେ ଭାରତକୁ ଲାଗିଲା ବଡ଼ ଝଟ୍‌କା

ସେଞ୍ଚୁରିଅନ୍‌,୨୯।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆକୁ ଏକ ବଡ଼ ପରାଜୟର ସାମ୍ନା କରିବାକୁ ପଡିଛି। ଦକ୍ଷିଣ ଆଫ୍ରିକା ଟିମ ଇଣ୍ଡିଆକୁ ଗୋଟିଏ ଇନିଂସ ଏବଂ ୩୨ ରନରେ ପରାସ୍ତ କରିଛି। ତେବେ ଏହି ପରାଜୟ ପରେ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ପଏଣ୍ଟ ଟେବୁଲରେ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଏଥି ସହିତ ବିଜୟ ପରେ ଦକ୍ଷିଣ ଆଫ୍ରିକା ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ପଏଣ୍ଟ ଟେବୁଲରେ ଶୀର୍ଷରେ ରହିଛି। ଦକ୍ଷିଣ ଆଫ୍ରିକା ପରେ ପାକିସ୍ତାନ ଦ୍ୱିତୀୟ ସ୍ଥାନରେ ଅଛି, କିନ୍ତୁ ଅଷ୍ଟ୍ରେଲିଆ ବିପକ୍ଷ ମେଲବୋର୍ନ ଟେଷ୍ଟରେ ପାକିସ୍ତାନୀ ଦଳର ଅବସ୍ଥା ଭଲ ନୁହେଁ। ଯଦି ମେଲବୋର୍ନରେ ଅଷ୍ଟ୍ରେଲିଆ ବିପକ୍ଷରେ ପାକିସ୍ତାନ ଦଳ ପରାଜୟର ସମ୍ମୁଖୀନ ହୁଏ, ତେବେ ନିଶ୍ଚିତ ଯେ ପାକିସ୍ତାନ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ପଏଣ୍ଟ ଟେବୁଲରେ ଖସିଯିବ।
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପଏଣ୍ଟ ଟେବୁଲରେ ଦକ୍ଷିଣ ଆଫ୍ରିକା ୧୨ ପଏଣ୍ଟ ପାଇଛି । ଏହି ଦଳର ଶତକଡ଼ା ପଏଣ୍ଟ ୧୦୦ ପ୍ରତିଶତ। ଏହା ପରେ ପାକିସ୍ତାନ ୩ଟି ମ୍ୟାଚରେ ୨୨ ପଏଣ୍ଟ ଏବଂ ୬୧.୧୧ ପ୍ରତିଶତ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛ। ୨ଟି ମ୍ୟାଚରେ ୧୨ ପଏଣ୍ଟ ଏବଂ ୫୦ ପ୍ରତିଶତ ପଏଣ୍ଟ ସହ ନ୍ୟୁଜିଲାଣ୍ଡ ତୃତୀୟ ସ୍ଥାନରେ ରହିଛ। ଏହା ପରେ ବାଂଲାଦେଶ। ୨ଟି ମ୍ୟାଚରେ ବାଂଲାଦେଶ ୧୨ ପଏଣ୍ଟ ଏବଂ ୫୦ ପ୍ରତିଶତ ପଏଣ୍ଟ ପାଇଛି। ୩ଟି ଟେଷ୍ଟ ମ୍ୟାଚରେ ୧୬ଟି ପଏଣ୍ଟ ଏବଂ ୪୪.୪୪ ପ୍ରତିଶତ ପଏଣ୍ଟ ସହ ଭାରତୀୟ ଦଳ ପଞ୍ଚମ ସ୍ଥାନକୁ ଖସି ଆସିଛି।
ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ପରାସ୍ତ କରିଥିଲା, କିନ୍ତୁ ଏହା ସତ୍ତ୍ୱେ କଙ୍ଗାରୁଙ୍କ ଅବସ୍ଥା ଭଲ ନୁହେଁ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପଏଣ୍ଟ ଟେବୁଲରେ ଅଷ୍ଟ୍ରେଲିଆ ଷଷ୍ଠ ସ୍ଥାନରେ ରହିଛି। ୬ଟି ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ୩୦ ପଏଣ୍ଟ ଏବଂ ୪୧.୬୯ ପ୍ରତିଶତ ପଏଣ୍ଟ ପାଇଛି। ୱେଷ୍ଟଇଣ୍ଡିଜ ସପ୍ତମ ସ୍ଥାନରେ ଏବଂ ଇଂଲଣ୍ଡ ଅଷ୍ଟମ ସ୍ଥାନରେ ରହିଛି। ଏହା ପରେ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ପଏଣ୍ଟ ଟେବୁଲରେ ଶ୍ରୀଲଙ୍କା ନବମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri