ଧାରଣା ପରେ ଶିକ୍ଷକଙ୍କ ବଦଳି ବାତିଲ

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତ କଟୁମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଗ୍ରାମବାସୀ, ଛାତ୍ରୀଛାତ୍ର ଏବଂ ଅଭିଭାବକ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ସ୍କୁଲ ଫାଟକରେ ତାଲା ପକାଇ ଧାରଣା ଦେଇଥିଲେ। ଅନ୍ୟପଟେ ଗ୍ରାମବାସୀଙ୍କ ଅଭିଯୋଗ ପରେ ଶିକ୍ଷକଙ୍କ ବଦଳିକୁ ଶିକ୍ଷା ବିଭାଗ ପକ୍ଷରୁ ସ୍ଥଗିତ ରଖାଯାଇଛି।
ଅଭିଯୋଗ ଅନୁଯାୟୀ, ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ୮୫ ଜଣ ଛାତ୍ରୀଛାତ୍ର ପଢୁଛନ୍ତି। ନିକଟରେ ବିଜ୍ଞାନ ଶିକ୍ଷକ ବାପୁଜୀ ନାଏକଙ୍କୁ ଅନ୍ୟତ୍ର ବଦଳି କରାଯିବା ପରେ ଗଣିତ ଓ ବିଜ୍ଞାନ ବିଷୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେବା ଆଶଙ୍କା ଦେଖାଦେଇଛି। ତେଣୁ ସମ୍ପୃକ୍ତ ଶିକ୍ଷକଙ୍କ ବଦଳି ବାତିଲ କରିବାକୁ ସେମାନେ ଦାବି କରିଥିଲେ। ଗ୍ରାମ ସଭାପତି ସୁରେଶ ଚନ୍ଦ୍ର ବେହେରା, କଳାକାର ସିଂ, ପଞ୍ଚୁ ସିଂ, ଭଗବାନ ନାଏକ, ପରୀ ସିଂ, ସନ୍ଧ୍ୟାରାଣୀ ସିଂଙ୍କ ସମେତ ବହୁ ଅଭିଭାବକ, ଛାତ୍ରୀଛାତ୍ର ଧାରଣାରେ ବସିଥିଲେ। ଏ ନେଇ ସେମାନେ ବ୍ଲକ ଶିକ୍ଷାଧିକାରୀ (ବିଇଓ) ହରିହର ଦେହୁରୀଙ୍କୁ ଏକ ଦାବିପତ୍ର ଦେଇଛନ୍ତି। ବିଇଓ କହିଛନ୍ତି, ଗ୍ରାମବାସୀଙ୍କ ଅଭିଯୋଗ ପରେ ସମ୍ପୃକ୍ତ ଶିକ୍ଷକଙ୍କ ବଦଳିକୁ ସ୍ଥଗିତ ରଖାଯାଇଛି। ବ୍ଲକ ଉପାଧ୍ୟକ୍ଷ ଦୀପା ସାହୁ କହିଛନ୍ତି, ଗ୍ରାମର ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଜ୍ଞାନ ଶିକ୍ଷକଙ୍କୁ ବଦଳି ନ କରିବା ପାଇଁ ବ୍ଲକ ଶିକ୍ଷାଧିକାରୀଙ୍କୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri