Posted inଜାତୀୟ

ମୋଦି ଦେଶର ସବୁଠାରୁ ବଡ ବ୍ୟକ୍ତି: ଆଜମ ଖାନ୍‌

ନୂଆଦିଲ୍ଲୀ,୧୮।୯: ଗତ ସପ୍ତାହରେ ଆୟକର ବିଭାଗ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କ ରାମପୁର ବାସଭବନ ସମେତ ଅନେକ ସ୍ଥାନରେ ଚଢାଉ କରିଥିଲା। ଏହି କାର୍ଯ୍ୟ ତିନି ଦିନ ପର୍ଯ୍ୟନ୍ତ ଚାଲିଲା। ଏହି ଚଢାଉ ଆଜାମ ଖାନଙ୍କ ମହମ୍ମଦ ଅଲି ଜୌହର ଟ୍ରଷ୍ଟ ସହ ଜଡିତ ଥିଲା। ଆଇଟି ଟିମ ତାଙ୍କ ଘରୁ ମିଳିଥିବା ଦଲିଲଗୁଡ଼ିକୁ ଯାଞ୍ଚ୍‌ କରୁଛି। ଏହି ସମୟରେ ଏସପି ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସବୁଠାରୁ ବଡ ବ୍ୟକ୍ତି ବୋଲି କହିଛନ୍ତି।
୧୭ ସେପ୍ଟେମ୍ବର ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଥିଲା। ଆଜମ ଖାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ବିଷୟରେ ପଚରାଯାଇଥିଲା, ସେ କହିଥିଲେ, ଏହି ଦିନ ସେ ଶାନ୍ତିପୂର୍ଣ୍ଣ ଭାବରେ ଏହି ଦେଶ ଚଳାଇବେ। ସେ ପ୍ରେମ ଏବଂ ସ୍ନେହ ବାଣ୍ଟିବେ। ସେ ଘୃଣାକୁ ଶେଷ କରିବେ। କାରଣ ସେ ଦେଶର ସବୁଠୁ ବଡ଼ ବ୍ୟକ୍ତି।
ଭୟଭୀତ ଗଣତନ୍ତ୍ର ବିପଜ୍ଜନକ ଅଟେ। ଆମେ ଚୋର, ଆମେ ଏହି ବିଶ୍ୱବିଦ୍ୟାଳୟକୁ କବରକୁ ନେଇଯିବୁ, ଆଉ କେତେ ଦିନ ଆମେ ବଞ୍ଚିବୁ। ଏହା ଟାଟା ବିର୍ଲାଙ୍କ ଅନୁଷ୍ଠାନ ନୁହେଁ, ଏହା ଏକ ମିଶନ। ଏଠାରେ ଗରିବ ପିଲାମାନେ ପଢନ୍ତି। ସମଗ୍ର ବିଶ୍ୱରେ ଏପରି ଉଦାହରଣ ଅଛି କି ଇନକମ ଟ୍ୟାକ୍ସ ଦ୍ୱାରା କୌଣସି ଶିକ୍ଷାନୁଷ୍ଠାନ ଉପରେ ଚଢାଉ କରାଯାଇଛି ବୋଲି ଆଜମ ଖାନ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri