Posted inଜାତୀୟ

ବଜରଙ୍ଗ ଦଳ କର୍ମୀ ଅପହରଣ ପରେ ଜାଳିଦେଲେ

ଜୟପୁର,୧୮ା୨(ପି.ଟି.): ହରିୟାଣାରେ ଏକ କାର୍‌ରୁ ୨ ମୁସଲମାନଙ୍କ ପୋଡ଼ିଯାଇଥିବା ମୃତଦେହ ମିଳିବା ଘଟଣାରେ ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ହରିୟାଣା ନୁହ ଜିଲାର ଫିରୋଜପୁର ଝିର୍କା ଅଞ୍ଚଳର ରିଙ୍କୁ ସାଇନି(୩୨)ଙ୍କୁ ଜେରା ପରେ ଗିରଫ କରାଯାଇଛି। ଟ୍ୟାକ୍ସି ଡ୍ରାଇଭର ସାଇନି ଗୋସୁରକ୍ଷା କର୍ମୀମାନଙ୍କ ଗୋଷ୍ଠୀ ସହ ସମ୍ପୃକ୍ତ ଥିବା ପୋଲିସ କହିଛି। ଏତଲାରେ ସାଇନିଙ୍କ ସମେତ ୫ ଅଭିଯୁକ୍ତଙ୍କ ନାଁ ରହିଛି। ସେମାନଙ୍କ ବିରୋଧରେ ଆଇପିସିର ଧାରା ୧୪୩(ବେଆଇନ ଭାବେ ଏକତ୍ର ହେବା), ୩୬୫(ଅପହରଣ), ୩୬୭(ଅପହରଣ ପରେ ଗଭୀର ଆଘାତ ଦେବା) ଏବଂ ୩୬୮(ବନ୍ଧକ ରଖିବା)ରେ ମାମଲା ରୁଜୁ ହୋଇଛି। ଅନ୍ୟମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ। ସେମାନେ ବଜରଙ୍ଗ ଦଳ ସହ ସମ୍ପୃକ୍ତ ବୋଲି ମୃତକଙ୍କ ପରିବାର ସଦସ୍ୟ କହିଛନ୍ତି।
ଗୋସୁରକ୍ଷା କର୍ମୀମାନେ ୨ ମୁସଲମାନଙ୍କୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଥିଲା। ତେବେ ଅପହରଣକାରୀ ଗୋସୁରକ୍ଷା କର୍ମୀ ଥିଲେ କି ନାହିଁ ତାହାର ତଦନ୍ତ ଚାଲିଥିବା ପୋଲିସ କହିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘଟଣାର ନିନ୍ଦା କହିବା ସହ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ପୋଲିସକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି। ରାଜସ୍ଥାନ ଭରତପୁର ଜିଲା ଘାଟମିକା ଗ୍ରାମର ନାସିର(୨୫) ଏବଂ ଜୁନେଦ୍‌ ଓରଫ ଜୁନା (୩୫)ଙ୍କୁ ବୁଧବାର ଅପହରଣ କରାଯାଇଥିବାବେଳେ ଗୁରୁବାର ସକାଳେ ସେମାନଙ୍କ ମୃତଦେହ ଭିଓ୍ବାନିରେ ଏକ ଦଗ୍ଧ କାର୍‌ ଭିତରୁ ମିଳିଥିଲା। ବଜରଙ୍ଗ ଦଳର କର୍ମୀମାନେ ସେମାନଙ୍କୁ ଅପହରଣ କରିଥିଲେ ବୋଲି ପରିବାର ଅଭିଯୋଗ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri