Posted inଜାତୀୟ

ବଜରଙ୍ଗ ଦଳ କର୍ମୀ ଅପହରଣ ପରେ ଜାଳିଦେଲେ

ଜୟପୁର,୧୮ା୨(ପି.ଟି.): ହରିୟାଣାରେ ଏକ କାର୍‌ରୁ ୨ ମୁସଲମାନଙ୍କ ପୋଡ଼ିଯାଇଥିବା ମୃତଦେହ ମିଳିବା ଘଟଣାରେ ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ହରିୟାଣା ନୁହ ଜିଲାର ଫିରୋଜପୁର ଝିର୍କା ଅଞ୍ଚଳର ରିଙ୍କୁ ସାଇନି(୩୨)ଙ୍କୁ ଜେରା ପରେ ଗିରଫ କରାଯାଇଛି। ଟ୍ୟାକ୍ସି ଡ୍ରାଇଭର ସାଇନି ଗୋସୁରକ୍ଷା କର୍ମୀମାନଙ୍କ ଗୋଷ୍ଠୀ ସହ ସମ୍ପୃକ୍ତ ଥିବା ପୋଲିସ କହିଛି। ଏତଲାରେ ସାଇନିଙ୍କ ସମେତ ୫ ଅଭିଯୁକ୍ତଙ୍କ ନାଁ ରହିଛି। ସେମାନଙ୍କ ବିରୋଧରେ ଆଇପିସିର ଧାରା ୧୪୩(ବେଆଇନ ଭାବେ ଏକତ୍ର ହେବା), ୩୬୫(ଅପହରଣ), ୩୬୭(ଅପହରଣ ପରେ ଗଭୀର ଆଘାତ ଦେବା) ଏବଂ ୩୬୮(ବନ୍ଧକ ରଖିବା)ରେ ମାମଲା ରୁଜୁ ହୋଇଛି। ଅନ୍ୟମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ। ସେମାନେ ବଜରଙ୍ଗ ଦଳ ସହ ସମ୍ପୃକ୍ତ ବୋଲି ମୃତକଙ୍କ ପରିବାର ସଦସ୍ୟ କହିଛନ୍ତି।
ଗୋସୁରକ୍ଷା କର୍ମୀମାନେ ୨ ମୁସଲମାନଙ୍କୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଥିଲା। ତେବେ ଅପହରଣକାରୀ ଗୋସୁରକ୍ଷା କର୍ମୀ ଥିଲେ କି ନାହିଁ ତାହାର ତଦନ୍ତ ଚାଲିଥିବା ପୋଲିସ କହିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘଟଣାର ନିନ୍ଦା କହିବା ସହ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ପୋଲିସକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି। ରାଜସ୍ଥାନ ଭରତପୁର ଜିଲା ଘାଟମିକା ଗ୍ରାମର ନାସିର(୨୫) ଏବଂ ଜୁନେଦ୍‌ ଓରଫ ଜୁନା (୩୫)ଙ୍କୁ ବୁଧବାର ଅପହରଣ କରାଯାଇଥିବାବେଳେ ଗୁରୁବାର ସକାଳେ ସେମାନଙ୍କ ମୃତଦେହ ଭିଓ୍ବାନିରେ ଏକ ଦଗ୍ଧ କାର୍‌ ଭିତରୁ ମିଳିଥିଲା। ବଜରଙ୍ଗ ଦଳର କର୍ମୀମାନେ ସେମାନଙ୍କୁ ଅପହରଣ କରିଥିଲେ ବୋଲି ପରିବାର ଅଭିଯୋଗ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri