ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ୨ଜଣକୁ ଗିରଫ କରିଛି। ଅଭିଯୁକ୍ତ ଜଣେ ହେଲେ ଆଶିଷ ସିଂ ଏବଂ ଅନ୍ୟ ଜଣେ ଜାମବଣୀ ଅଞ୍ଚଳର ବୋଲି ଜଣାପଡିଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ହିନ୍ଦୁଳିଆ ଗ୍ରାମର ଚନ୍ଦନ ସ୍ବାଇଁ।

ମିଳିଥିବା ସୂଚନା ମୁତାବକ, ଚନ୍ଦନଙ୍କ ସହିତ ୪ ସାଙ୍ଗ ଶନିବାର ଭୋଜି କରିବାକୁ ଯାଇଥିଲେ। ହେଲେ ଚନ୍ଦନ ଘରକୁ ଫେରି ନ ଥିଲେ। ସନ୍ଧ୍ୟାରେ ଚନ୍ଦନଙ୍କୁ ଅପହରଣ କରି ନିଆଯାଇଥିବା ପରିବାର ଲୋକଙ୍କୁ ଫୋନ କରି କେତେଜଣ ବ୍ୟକ୍ତି ଟଙ୍କା ମାଗିଥିଲେ। ଏନେଇ ଭୁବନେଶ୍ୱରରେ ରହୁଥିବା ପରିବାର ଲୋକେ ଘଟଣା ସମ୍ପର୍କରେ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ।

ଏଭଳିସ୍ଥିତିରେ ବୁଢାବଳଙ୍ଗ ନଦୀ ପଟାରେ ଜଣେ ବୃକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ବାଲିରେ ପୋତା ହୋଇଥିବା ବେଳେ ବାହାରକୁ ହାତ ବାହାରିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।

ତଦନ୍ତ ବେଳେ ମୃତକଙ୍କ ପକେଟରୁ ଦୁଇଟି ଫୋନ ନମ୍ବର ଏବଂ ଜୁଏଲାରୀ ଦୋକାନର ଏକ ରସିଦ ପୋଲିସ ଜବତ କରିଥିଲା । ଏହାକୁ ନେଇ ପୋଲିସ ଛାନଭିନ୍‌ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଘଟଣାର ୨୪ ଘଣ୍ଟା ମଧ୍ୟରେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।

ସୂଚନାଯୋଗ୍ୟ, ପୋଲିସ ବାଲେଶ୍ୱର ଷ୍ଟେଶନରୁ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପଚରାଉଚରା ପରେ ଅନ୍ୟଜଣେ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ତେବେ ହତ୍ୟାକାଣ୍ଡରେ ଜଡିତ ସମସ୍ତ ଅପରାଧିକୁ ପୋଲିସ ଧରିବା ନେଇ ତନାଘନା ଆରମ୍ଭ କରିଛି। ସମସ୍ତ ଅଭିଯୁକ୍ତଙ୍କୁ ଧରିବା ପରେ ଏକ ଖବରଦାତା ସମ୍ମିଳନୀରେ ହାତ୍ୟାକାଣ୍ଡର ସମ୍ପୂର୍ଣ୍ଣ ତଥ୍ୟ ଦିଆଯିବ ବୋଲି ଥାନା ଅଧିକାରୀ ମଧୁସ୍ମିତା ମହାନ୍ତି ପ୍ରକାଶ କରିଛନ୍ତି । ପୋଲିସ ଏନେଇ ଏକ ହତ୍ୟା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri