ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ୨ଜଣକୁ ଗିରଫ କରିଛି। ଅଭିଯୁକ୍ତ ଜଣେ ହେଲେ ଆଶିଷ ସିଂ ଏବଂ ଅନ୍ୟ ଜଣେ ଜାମବଣୀ ଅଞ୍ଚଳର ବୋଲି ଜଣାପଡିଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ହିନ୍ଦୁଳିଆ ଗ୍ରାମର ଚନ୍ଦନ ସ୍ବାଇଁ।

ମିଳିଥିବା ସୂଚନା ମୁତାବକ, ଚନ୍ଦନଙ୍କ ସହିତ ୪ ସାଙ୍ଗ ଶନିବାର ଭୋଜି କରିବାକୁ ଯାଇଥିଲେ। ହେଲେ ଚନ୍ଦନ ଘରକୁ ଫେରି ନ ଥିଲେ। ସନ୍ଧ୍ୟାରେ ଚନ୍ଦନଙ୍କୁ ଅପହରଣ କରି ନିଆଯାଇଥିବା ପରିବାର ଲୋକଙ୍କୁ ଫୋନ କରି କେତେଜଣ ବ୍ୟକ୍ତି ଟଙ୍କା ମାଗିଥିଲେ। ଏନେଇ ଭୁବନେଶ୍ୱରରେ ରହୁଥିବା ପରିବାର ଲୋକେ ଘଟଣା ସମ୍ପର୍କରେ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ।

ଏଭଳିସ୍ଥିତିରେ ବୁଢାବଳଙ୍ଗ ନଦୀ ପଟାରେ ଜଣେ ବୃକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ବାଲିରେ ପୋତା ହୋଇଥିବା ବେଳେ ବାହାରକୁ ହାତ ବାହାରିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।

ତଦନ୍ତ ବେଳେ ମୃତକଙ୍କ ପକେଟରୁ ଦୁଇଟି ଫୋନ ନମ୍ବର ଏବଂ ଜୁଏଲାରୀ ଦୋକାନର ଏକ ରସିଦ ପୋଲିସ ଜବତ କରିଥିଲା । ଏହାକୁ ନେଇ ପୋଲିସ ଛାନଭିନ୍‌ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଘଟଣାର ୨୪ ଘଣ୍ଟା ମଧ୍ୟରେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।

ସୂଚନାଯୋଗ୍ୟ, ପୋଲିସ ବାଲେଶ୍ୱର ଷ୍ଟେଶନରୁ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପଚରାଉଚରା ପରେ ଅନ୍ୟଜଣେ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ତେବେ ହତ୍ୟାକାଣ୍ଡରେ ଜଡିତ ସମସ୍ତ ଅପରାଧିକୁ ପୋଲିସ ଧରିବା ନେଇ ତନାଘନା ଆରମ୍ଭ କରିଛି। ସମସ୍ତ ଅଭିଯୁକ୍ତଙ୍କୁ ଧରିବା ପରେ ଏକ ଖବରଦାତା ସମ୍ମିଳନୀରେ ହାତ୍ୟାକାଣ୍ଡର ସମ୍ପୂର୍ଣ୍ଣ ତଥ୍ୟ ଦିଆଯିବ ବୋଲି ଥାନା ଅଧିକାରୀ ମଧୁସ୍ମିତା ମହାନ୍ତି ପ୍ରକାଶ କରିଛନ୍ତି । ପୋଲିସ ଏନେଇ ଏକ ହତ୍ୟା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri