Posted inଖେଳ

ହାରିବା ପରେ ପ୍ରେସ କନଫରେନ୍ସରେ ପହଞ୍ଚିଲେ ଗମ୍ଭୀର, ଜାଣନ୍ତୁ କାହାକୁ କଲେ ଦୋଷାରୋପ

ନୂଆଦିଲ୍ଲୀ,୫।୧: ୨୦୨୪-୨୫ରେ ବର୍ଡର-ଗାଭାସ୍କର ଟ୍ରଫିରେ ଟିମ ଇଣ୍ଡିଆକୁ ୩-୧ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଲା। ସିରିଜର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଇଥିଲା ଯେଉଁଥିରେ ଆୟୋଜକ ଅଷ୍ଟ୍ରେଲିଆ ୬ ୱିକେଟରେ ଜିତିଥିଲା। ଏବେ ସିରିଜରେ ପରାଜୟ ପରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ସାମ୍ବାଦିକ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ତେବେ ଆସନ୍ତୁ ଜାଣିବା ସାମ୍ବାଦିକ ସମ୍ମିଳନୀରେ ଗମ୍ଭୀର କ’ଣ କହିଛନ୍ତି ଏବଂ ପରାଜୟକୁ ସେ କାହା ଉପରେ ଦାୟୀ କରିଛନ୍ତି।

ସୂଚନାଯୋଗ୍ୟ,ପରାଜୟ ପାଇଁ ଗମ୍ଭୀର କୌଣସି ଖେଳାଳିଙ୍କୁ ଦାୟୀ କରିନାହାଁନ୍ତି, କିନ୍ତୁ ଖରାପ ପ୍ରଦର୍ଶନ ହେତୁ ଦଳକୁ ପରାଜୟର ସାମ୍ନା କରିବାକୁ ପଡିବ ବୋଲି ସେ କହିଛନ୍ତି। ଏହା ବ୍ୟତୀତ ସେ ଆଉ କିଛି ପ୍ରଶ୍ନର ଉତ୍ତର ଦେଇଥିଲେ। ଗମ୍ଭୀର ମଧ୍ୟ ଘରୋଇ କ୍ରିକେଟ ଖେଳୁଥିବା ଖେଳାଳିଙ୍କ ବିଷୟରେ କହିଥିଲେ।

ଗମ୍ଭୀର ଯୁବ ଓପନର୍‌ ଯଶସ୍ବୀ ଜୟସୱାଲ ଏବଂ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ପ୍ରଶଂସା କରିଥିଲେ। ଗମ୍ଭୀର କହିଛନ୍ତି ଯେ ଦୁହେଁ ଏହି ସିଜନରେ ଚମତ୍କାର ଖେଳିଥିଲେ ଏବଂ ଆଗାମୀ ଦିନରେ ଉଭୟ ଖେଳାଳି ଦଳ ପାଇଁ ଏହି ଅଭିଜ୍ଞତାର ଫାଇଦା ଉଠାଇବେ।
ସୂଚନାଯୋଗ୍ୟ ଯେ ଏହି ସିରିଜରେ ସର୍ବାଧିକ ରନ ସଂଗ୍ରହ କରିଥିବା ଜୟସୱାଲ ଦ୍ୱିତୀୟ ବ୍ୟାଟ୍ସମ୍ୟାନ ଥିଲେ। ସେ ହାରାହାରି ୪୩.୪୪ ରେ ୫ଟି ମ୍ୟାଚର ୧୦ଇନିଂସରେ ୩୯୧ ରନ ସ୍କୋର କରିଥିଲେ। ସିରିଜରେ ସର୍ବାଧିକ ରନ ସଂଗ୍ରହ କରିଥିବା ନୀତୀଶ ରେଡ୍ଡୀ ଚତୁର୍ଥ ବ୍ୟାଟ୍ସମ୍ୟାନ ଥିଲେ। ୫ ଟି ମ୍ୟାଚର ୯ ଇନିଂସରେ ବ୍ୟାଟିଂ କରୁଥିବାବେଳେ ରେଡ୍ଡୀ ହାରାହାରି ୩୭.୨୫ ରେ ୨୯୮ରନ ସଂଗ୍ରହ କରି ବୋଲିଂ ବେଳେ ୫ ୱିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri