Posted inଖେଳ

ମ୍ୟାଚ୍‌ ପରେ ପାଣି ବୋତଲ ଉଠାଇଲେ କୋହଲି

ଓଭାଲ,୧୦।୯: ଦି ଓଭାଲରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ ଜିତି ୫ ମ୍ୟାଚ ଟେଷ୍ଟ ସିରିଜରେ ଭାରତ ୨-୧ରେ ଆଗୁଆ ହୋଇଛି। ଏହି ମ୍ୟାଚ୍‌ ପରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଏକ ଭିଡିଓ ଏବେ ସୋସେିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ କୋହଲି ଡ୍ରେସିଂ ରୁମକୁ ଯିବାବେଳେ ପାଣି ବୋତଲ ଉଠାଉଥିବାର ଦେଖିବାକୁ ମିଳିବ। ଏହି ଭିଡିଓରେ ଆପଣ ଦେଖିପାରିବେ ଯେ ରୁଟ ଏହି ବୋତଲକୁ ଅଣଦେଖା କରି ସେଠାରୁ ଚାଲିଯାଆନ୍ତି, କିନ୍ତୁ ବିରାଟ କୋହଲି ପଡିଥିବା ବୋତଲକୁ ଉଠାଇ ସାଙ୍ଗରେ ନେଇଥିଲେ। ବୋତଲ ବାସ୍ତବରେ ଖେଳାଳିମାନଙ୍କ ବ୍ୟବହାର ପାଇଁ ସୀମା ଦଉଡ଼ି ନିକଟରେ ରଖାଯାଇଥିଲା କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ, କିନ୍ତୁ ପ୍ରକୃତରେ ରୁଟ ଏହାକୁ ଉଠାଇ ନ ଥିଲେ। ଏହି ଭିଡିଓ ଶେୟାର ଜଣେ କ୍ରିକେଟ୍‌ ପ୍ରଶଂସକ ଲେଖିଥିଲେ ପାର୍ଥକ୍ୟ ଖୋଜ। ତେବେ ଏହି ଭିଡିଓ ଦେଖିବା ପରେ ସୋସିଆଲ ମିଡିଆରେ ପ୍ରଶଂସକମାନେ ବିରାଟ କୋହଲିଙ୍କୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri