ହତ୍ୟା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କଲେ ପୁଅ

ବାରିପଦା,୨୪।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଶନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଶରତଚନ୍ଦ୍ରପୁର ୱାର୍ଡ ନଂ. ୭ରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଏହି ଘଟଣା ଘଟିଛି। ପରିବାର ଲୋକେ ଅଭିଯୁକ୍ତ ପୁଅ ରୋହିଦାସ ସିଂଙ୍କୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରିଛନ୍ତି।

ସୂଚନା ଅନୁଯାୟୀ, ରୋହିଦାସଙ୍କ ମା’ ରଇବାରୀ ସିଂ(୬୫)ପାଇଥିବା ଚାଉଳକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରୋହିଦାସ ଏକ ଦାଆରେ ତାଙ୍କ ମା’ଙ୍କ ବେକକୁ କାଟିଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତା ରଇବାରୀଙ୍କ ସାନପୁଅ ଲକ୍ଷ୍ମୀକାନ୍ତ ମଧ୍ୟାହ୍ନ ୧୨ଟାରେ କାମରୁ ଫେରି ପ୍ରଧାନମନ୍ତ୍ରୀ ଆବାସ ଘରେ ରହୁଥିବା ମା’ଙ୍କୁ ଦେଖିବାକୁ ଯାଇଥିଲେ। ସେଠାରେ ମୃତଦେହ ପଡ଼ିଥିବା ଦେଖି ବଡ଼ଭାଇ ରୋହିଦାସଙ୍କୁ ପଚରାଉଚୁରା କରିଥିଲେ। ଚାଉଳ ଭାଗବଣ୍ଟାକୁ ନେଇ ମା’ଙ୍କୁ ହତ୍ୟା କରିଥିବା ରୋହିଦାସ ସ୍ବୀକାର କରିବା ସହ ସେହି ଦାଆରେ ନିଜ ବେକକୁ କାଟି ଆମତ୍ହତ୍ୟା ଉଦ୍ୟମ କରିଥିବା ଲକ୍ଷ୍ମୀକାନ୍ତ ଏତଲାରେ ଦର୍ଶାଇଛନ୍ତି। ଖବରପାଇ ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ଏନେଇ ଥାନାରେ ଏକ ମାମଲା (ନଂ.୨୯/୨୫) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?