ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର 

ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ତତ୍ପରତା ପ୍ରକାଶ ପାଇଛି।  ମଙ୍ଗଳବାର ଅପରାହ୍ନରେ ତାଙ୍କ ମୃତଦେହ ଆମ୍ବୁଲାନ୍ସ ଯୋଗେ ତାଙ୍କ ଗ୍ରାମରେ ପହଞ୍ଚିଛି।
ମଞ୍ଜୁଳାଙ୍କ ମର ଶରୀରକୁ ବେଙ୍ଗାଲୁରୁରୁ ଗ୍ରାମକୁ ଆଣିବା ପାଇଁ ତାଙ୍କ ବାପା, ମା’ ଓ ଭାଇ ସହ ସେହି ଅଞ୍ଚଳର ସମାଜସେବୀ ଇସ୍ମାଇଲ ଶବର, ଭାଜପା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ୱାଇ. ଗଣପତିଙ୍କ ସହ ସମ୍ପର୍କ ରଖି ଏହି ଦୁଃଖଦ ଘଟଣା ବିଷୟରେ ଜଣାଇଥିଲେ। ଘଟଣା ଜାଣିବା ପରେ ଗଣପତି ବେଙ୍ଗାଲୁରୁ ସିଟି ପୋଲିସ ଷ୍ଟେଶନର ଭାରପ୍ରାପ୍ତ ଅଧିକାରୀଙ୍କ ସହ କଥା ହୋଇ ମୃତଦେହକୁ ଆମ୍ବୁଲାନ୍ସ ଯୋଗେ ଗୁଣୁପୁରକୁ ପଠାଇବା ପାଇଁ ବ୍ୟବସ୍ଥା କରିଥିଲେ। ଏଥିସହ ଗୁଣୁପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲୀପ ଓ ଗୁଣୁପୁର ଥାନାର ଆଇଆଇସି କମଳକାନ୍ତ କନ୍ହରଙ୍କ ସହ କଥାବାର୍ତ୍ତା ହୋଇ ଶୋକସନ୍ତପ୍ତ ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇବା ପାଇଁ ଅନୁରୋଧ କରିଥିବା ଜଣାପଡ଼ିଛି।
ଆମ୍ବୁଲାନ୍ସ ଆଜି ଗ୍ରାମରେ ପହଞ୍ଚିବା ସମୟରେ ଭାଜପା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ୱାଇ. ଗଣପତି, ଜିଲା ଉପସଭାପତି ଶ୍ରୀନିବାସ ସ୍ବାଇଁ, ଯୁବ ନେତା ସତ୍ୟ ସୁନ୍ଦର କର ଓ କିରଣ କୁମାର ପାଣଗ୍ରାହୀ ରେଜିଂତାଲ ଗ୍ରାମରେ ଉପସ୍ଥିତ ରହି ପରିବାରବର୍ଗଙ୍କୁ ସାନ୍ତ୍ୱନା ଜଣାଇଥିଲେ। ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ପ୍ରକାଶ ପାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ…

ଗାଡ଼ି ଚାଳକଙ୍କ ମହାନତା: ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ପର୍ସକୁ ଶିକ୍ଷକଙ୍କୁ ଫେରାଇଲେ,ସାଧାରଣରେ ପ୍ରଶଂସା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଆଠଗଡ଼ିଆ ସାହିର ସ୍ବର୍ଗତ ବିପ୍ର ସେଠୀଙ୍କ ପୁଅ ପିଙ୍କୁ ସେଠୀ ଗାଡ଼ି ଚାଳକ ଭାବେ କାର୍ଯ୍ୟକରନ୍ତି। ତାଙ୍କ ମହାନତା…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ନୀଳଗିରି ସର୍ଣ୍ଣଚୁଡ଼ ପାହାଡ଼ରେ ନିଆଁ: ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ, ନାକେଦମ ହେଲାଣି…

ନୀଳଗିରି,୩।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ସର୍ଣ୍ଣଚୁଡ଼ ପାହାଡ଼ରେ  ନିଆଁଲାଗି ଅନେକ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମିଭୂତ ହୋଇଯାଇଛି। ପବନର ବେଗ ବଢିବା ସହ…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

ପୂର୍ବତନ ସମିତିସଭ୍ୟ ସୁବାସ ସେଠୀଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ସୁବାସ ସେଠୀଙ୍କ ୮୧ ବର୍ଷ ବୟସରେ ମଙ୍ଗଳବାର ଅପରାହ୍ନରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri