ଖବର ପ୍ରକାଶ ପରେ ରାସ୍ତା କାମ ଆରମ୍ଭ

କୋକସରା,୨୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ବୋବରିଆ ଛକରୁ ଡେଙ୍ଗାଗୁଡ଼ା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଶୋଚନୀୟ ହୋଇ ପଡ଼ିଥିବା ନେଇ ଗତକିଛି ଦିନ ତଳେ ବିଭିନ୍ନ ଖବରକାଗଜରେ ଖବର ପ୍ରକାଶିତ ପରେ ତତ୍ପରତା ଦେଖାଇଛି ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ଠିକାସଂସ୍ଥା। କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀ ଓ କାର୍ଯ୍ୟ ପାଇଁ ଟେଣ୍ଡର ପାଇଥିବା ଠିକାସଂସ୍ଥା ସହିତ କଥା ହୋଇ ବର୍ଷା ଦିନ ପାଇଁ ସାମୟିକ ଭାବେ ରାସ୍ତା ମରାମତି କରିବାକୁ ଠିକାସଂସ୍ଥାକୁ ଅନୁରୋଧ କରିଥିଲେ। ଠିକାସଂସ୍ଥା ପକ୍ଷରୁ ଶନିବାର ଠାରୁ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ବର୍ଷା ଦିନ ପରେ ଏହି ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପାଦନ ହେବା ନେଇ କନିଷ୍ଠ ଯନ୍ତ୍ରୀ କହିଛନ୍ତି। ମରାମତି କାର୍ଯ୍ୟ ତଦାରଖ କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ସୁରେଶ ବରିହା ଓ ବ୍ଲକ ଉପାଧ୍ୟକ୍ଷ ପହଞ୍ଚି ମରାମତି କାର୍ଯ୍ୟ ଦେଖିଛନ୍ତି। ଏହି ସମୟରେ ବୋବରିଆ ଓ ଡେଙ୍ଗାଗୁଡ଼ା ଅଞ୍ଚଳର ଲୋକେ ଉପସ୍ଥିତ ରହି ରାସ୍ତା ମରାମତି ପାଇଁ ତ୍ୱରିତ ପଦକ୍ଷେପ ନେଇଥିବାରୁ ବ୍ଲକ ଉପାଧ୍ୟକ୍ଷ ଓ ବିଭାଗୀୟ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ/ ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri