ଧରିତ୍ରୀରେ ଖବର ପ୍ରକାଶ ପରେ ଉପରଉଡ଼ା ଗାଁରେ ଖନନ ହେଲା ନଳକୂପ

ଲୋଇସିଂହା,୯ା୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଲିଉଡ଼ାର ଗ୍ରାମରେ ୪ ମାସ ହେଲା ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇପଡ଼ି ଥିବାବେଳେ ୩ଟି ନଳକୂପ ମଧ୍ୟରୁ ୨ଟି ଅକାମୀ ହୋଇଯାଇଛି। ସ୍ଥାନୀୟ ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ‘ଉପରଉଡ଼ାର ଗାଁରେ ଉତ୍କଟ ଜଳ ସଙ୍କଟ’ ସମ୍ପର୍କରେ ରବିବାର ଧରିତ୍ରୀରେ ଏକ ଶୀର୍ଷକ ଖବର ପ୍ରକାଶ ପାଇଥିଲା । ଏହାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଗଭୀର ଉଦ୍‌ବେଗ ପ୍ରକାଶ କରିଥିଲେ। ପାନୀୟ ଜଳ ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନେବା ଜିଲା ପ୍ରଶାସନଙ୍କୁ ନିର୍ଦ୍ଦେଶ କରିଥିଲେ। ଏହାପରେ ଜିଲା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗାଁରେ ନଳକୂପ ଖନନ ପାଇଁ ପଦକ୍ଷେପ ନିଆଯାଉଛି। ରବିବାର ଅପରାହ୍ନରେ ଗାଁରେ ନଳକୂପ ଖନନ ମେଶିନ ପହଞ୍ଚିବା ପରେ ଲୋଇସିଂହା ବ୍ଲକ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ପ୍ରାସାଦ ସାମନ୍ତରାୟଙ୍କ ଉପସ୍ଥିତିରେ ଗ୍ରାମର ଜଗନ୍ନାଥ ମନ୍ଦିର ନିକଟରେ ଏକ ନଳକୂପ ଖନନ କରାଯାଉଛି।

ସୋମବାର ଗ୍ରାମର ମାହାରପଡ଼ା ଅଞ୍ଚଳରେ ଆଉ ଗୋଟିଏ ନଳକୂପ ଖନନ କରାଯିବ ବୋଲି ଗ୍ରାମବାସୀଙ୍କ ସୂତ୍ରରୁ ପ୍ରକାଶ। ଗାଁରେ ନଳକୂପ ଖନନ ପରେ ଭାଜପା ଯୁବ ମୋର୍ଚ୍ଚା ଜିଲା ସଭାପତି ଅମରଜିତ୍‌ ପଟେଲ,ଓ୍ବାର୍ଡ ସଭ୍ୟ ବୀରେନ୍ଦ୍ର ବଗର୍ତ୍ତିଙ୍କ ସମେତ ଗ୍ରାମବାସୀ ଖୁସି ବ୍ୟକ୍ତ କରିବା ସହିତ ଧରିତ୍ରୀ ଖବରକାଗଜକୁ ଖୁବ୍‌ ପ୍ରଶଂସା କରିଥିଲେ। ଏହାବ୍ୟତୀତ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ମଧ୍ୟ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri