ଧରିତ୍ରୀରେ ଖବର ପ୍ରକାଶ ପରେ ଉପରଉଡ଼ା ଗାଁରେ ଖନନ ହେଲା ନଳକୂପ

ଲୋଇସିଂହା,୯ା୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଲିଉଡ଼ାର ଗ୍ରାମରେ ୪ ମାସ ହେଲା ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇପଡ଼ି ଥିବାବେଳେ ୩ଟି ନଳକୂପ ମଧ୍ୟରୁ ୨ଟି ଅକାମୀ ହୋଇଯାଇଛି। ସ୍ଥାନୀୟ ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ‘ଉପରଉଡ଼ାର ଗାଁରେ ଉତ୍କଟ ଜଳ ସଙ୍କଟ’ ସମ୍ପର୍କରେ ରବିବାର ଧରିତ୍ରୀରେ ଏକ ଶୀର୍ଷକ ଖବର ପ୍ରକାଶ ପାଇଥିଲା । ଏହାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଗଭୀର ଉଦ୍‌ବେଗ ପ୍ରକାଶ କରିଥିଲେ। ପାନୀୟ ଜଳ ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନେବା ଜିଲା ପ୍ରଶାସନଙ୍କୁ ନିର୍ଦ୍ଦେଶ କରିଥିଲେ। ଏହାପରେ ଜିଲା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗାଁରେ ନଳକୂପ ଖନନ ପାଇଁ ପଦକ୍ଷେପ ନିଆଯାଉଛି। ରବିବାର ଅପରାହ୍ନରେ ଗାଁରେ ନଳକୂପ ଖନନ ମେଶିନ ପହଞ୍ଚିବା ପରେ ଲୋଇସିଂହା ବ୍ଲକ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ପ୍ରାସାଦ ସାମନ୍ତରାୟଙ୍କ ଉପସ୍ଥିତିରେ ଗ୍ରାମର ଜଗନ୍ନାଥ ମନ୍ଦିର ନିକଟରେ ଏକ ନଳକୂପ ଖନନ କରାଯାଉଛି।

ସୋମବାର ଗ୍ରାମର ମାହାରପଡ଼ା ଅଞ୍ଚଳରେ ଆଉ ଗୋଟିଏ ନଳକୂପ ଖନନ କରାଯିବ ବୋଲି ଗ୍ରାମବାସୀଙ୍କ ସୂତ୍ରରୁ ପ୍ରକାଶ। ଗାଁରେ ନଳକୂପ ଖନନ ପରେ ଭାଜପା ଯୁବ ମୋର୍ଚ୍ଚା ଜିଲା ସଭାପତି ଅମରଜିତ୍‌ ପଟେଲ,ଓ୍ବାର୍ଡ ସଭ୍ୟ ବୀରେନ୍ଦ୍ର ବଗର୍ତ୍ତିଙ୍କ ସମେତ ଗ୍ରାମବାସୀ ଖୁସି ବ୍ୟକ୍ତ କରିବା ସହିତ ଧରିତ୍ରୀ ଖବରକାଗଜକୁ ଖୁବ୍‌ ପ୍ରଶଂସା କରିଥିଲେ। ଏହାବ୍ୟତୀତ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ମଧ୍ୟ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ସେବା ସଙ୍କଳ୍ପ ଅଭିଯାନ: ୪୬ ୟୁନିଟ୍‌ ରକ୍ତ ସଂଗ୍ରହ

କର୍ଲାମୁଣ୍ଡା, ୫।୧୦ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର କର୍ଲାମୁଣ୍ଡା ଭାଜପା ପକ୍ଷରୁ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?