ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ ଏ ସମ୍ପର୍କରେ ବାରମ୍ବାର ଜଣାଇଥିଲେ ମଧ୍ୟ ଏଥିପ୍ରତି ଏନ୍‌ଏସି ପ୍ରଶାସନ, ଅଧ୍ୟକ୍ଷ, ଏମ୍‌ପି, ବିଧାୟକ କିମ୍ବା ଜନପ୍ରତିନିଧି କେହି ହେଲେ ଗୁରୁତ୍ୱ ଦେଉ ନ ଥିବାରୁ ସହର ମଧ୍ୟ ଭାଗରେ ରହିଥିବା ଓ୍ବାର୍ଡ ନଂ ୭,୮,୯,୧୦,୧୧ର ବାସିନ୍ଦାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇ ମୃତଦେହକୁ କାନ୍ଧେଇ ବହୁଦୂରରେ ଥିବା କନକା ଓ କୁମାରୀ ମୌଜା ଶ୍ମଶାନଘାଟକୁ ନେଇଥାନ୍ତି ଏହାସହ କ୍ରିୟାକର୍ମ କରିବାରେ ଦହଗଞ୍ଜ ହେଉଛନ୍ତି। ଏପରିକି କପିଳେଶ୍ୱର ମନ୍ଦିର ସମ୍ମୁଖ ତୋରାବଣ ଋଷିକୁଲ୍ୟା ନଦୀପଠାରେ ନିର୍ମିତ ଶବଦାହ ଗୃହକୁ କେତେ ଜଣ ବ୍ୟକ୍ତି ଜବରଦଖଲ କରି କବ୍‌ଜା କରିନେଇ ତା’ ନିକଟରେ ଗୃହ ନିର୍ମାଣ କରିଛନ୍ତି। ଏହିଘଟଣାକୁ ନେଇ ମଙ୍ଗଳବାର ଏକମାତ୍ର ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରସାଶନ ତତ୍ପରତା ହୋଇଉଠିଛି। ଶୁକ୍ରବାର ତହସିଲଦାର ବିନୋଦ କୁମାର ବେହେରା,ଏନଏସି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ, ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ଜନପ୍ରତିନିଧି ଚିଣ୍ଟୁ ମହାପାତ୍ର ଓ ଯନ୍ତ୍ରୀ ରାମଚନ୍ଦ୍ର ପେଙ୍ଗୁଆ, ଆରଆଇ ଏ.ଶ୍ରୀକାନ୍ତ ଦୋରା ପ୍ରମୁଖ ଘଟଣାସ୍ଥଳକୁ ଯାଇ ଜବରଦଖଲରେ ରହିଥିବା ଶ୍ମଶାନ ଗୃହକୁ ଦେଖିବା ସହ ଖୋଲା ଆକାଶତଳେ ଗଛମୂଳେ ଅପରିତ୍ୟକ୍ତ ବିପଦପୂର୍ଣ୍ଣ ସ୍ଥାନରେ ଲୋକେ କିପରି କ୍ରିୟାକର୍ମର କାର୍ଯ୍ୟମାନ କରୁଛନ୍ତି ତାହାକୁ ଦେଖି ଚିନ୍ତା ପ୍ରକଟ କରି ଘଟଣାକୁ ଅତି ଗୁରୁତର ସହ ନେଇଛନ୍ତି। କିପରି ଏହାର ସମାଧାନ ହୋଇପାରିବ ସେଥିନେଇ ଜନସାଧାରଣ ଓ ସାମାଜିକକର୍ମୀମାନଙ୍କ ସହ ଆଲୋଚନା କରିଥିଲେ। ସମସ୍ତଙ୍କ ମତାମତକୁ ନେଇ କପିଳେଶ୍ବର ମନ୍ଦିର ପାର୍ଶ୍ୱ ନଦୀହିଡ଼ରେ ଏକ ନୂତନ ଶ୍ମଶାନଘାଟ ସହ କ୍ରିୟାଗୃହ ଓ ମୃତବ୍ୟକ୍ତିଙ୍କ ଅସ୍ଥି ରହିବା ସ୍ଥାନକୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କରିବା ଲାଗି ଜିଲାପାଳଙ୍କୁ ଜଣାଇ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?