Posted inଜାତୀୟ

ପ୍ରଧାନମନ୍ତ୍ରୀ ଫେରିବା ପରେ ଫୁଲକୁଣ୍ଡ ବୋହି ନେଲେ ଲୋକେ, ପୋଲିସ ସାଜିଲେ ନୀରବ ଦ୍ରଷ୍ଟା, ଭିଡିଓ ଭାଇରାଲ…

ଅଯୋଧ୍ୟା,୩୦।୧୨ : ଶନିବାର ରାମ ନଗରୀ ଅଯୋଧ୍ୟା ପାଇଁ ଏକ ଐତିହାସିକ ଦିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ରାସ୍ତାରେ ଏକ ରୋଡ ଶୋ କରିଥିଲେ। ଏହି ସମୟରେ ସେ ଅଯୋଧ୍ୟା ଠାରୁ ହନୁମାନଗରୀ ଦେଇ ଲକ୍ଷ୍ନୌ- ଗୋରଖପୁର ରାଜପଥ ଦେଇ ନୂତନ ଭାବରେ ନିର୍ମିତ ରେଳ ଷ୍ଟେଶନ ପର୍ଯ୍ୟନ୍ତ ରାସ୍ତା କଭର କରିଥିଲେ। ରେଳ ଷ୍ଟେଶନ ଉଦଘାଟନ କରିବା ପରେ ସେ ଲତା ମଙ୍ଗେଶକର ଚୌକ ଠାରେ ଅଟକି ଥିଲେ। ପିଏମ ମୋଦିଙ୍କୁ ସ୍ବାଗତ କରିବା ପାଇଁ ସମଗ୍ର ମାର୍ଗରେ ଫୁଲ ବର୍ଷା ହୋଇଥିଲା ଏବଂ ରାସ୍ତା କଡ଼ରେ ବହୁ ସଂଖ୍ୟକ ଫୁଳକୁଣ୍ଡ ଲଗାଯାଇଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ଯିବା ମାତ୍ରେ ଏହି ଫୁଲକୁଣ୍ଡକୁ ଘରକୁ ବୋହିନେବା ପାଇଁ ଲୋକଙ୍କ ମଧ୍ୟରେ ଏକ ପ୍ରତିଯୋଗିତା ଆରମ୍ଭ ହୋଇଥିଲା।

ପ୍ରଧାନମନ୍ତ୍ରୀ ମୋଦି ଯିବା ମାତ୍ରେ ସୁରକ୍ଷା ବ୍ୟବସ୍ଥାକୁ ହଠାଇ ଦିଆଯାଇଥିଲା। ଲୋକମାନେ ରାସ୍ତା କଡ଼ରେ ରଖାଯାଇଥିବା ଫୁଲକୁଣ୍ଡ ବୋହି ନେଇଥିଲେ। ଅଳ୍ପ ସମୟ ମଧ୍ୟରେ ସେଠାରେ ଥିବା ଫୁଲକୁଣ୍ଡ ସବୁ ଶେଷ ହୋଇ ଯାଇଥିଲା। ଯେତେବେଳେ ଲୋକଙ୍କୁ ଏ ବିଷୟରେ ପଚରାଯାଇଥିଲା, ସେମାନେ କହିଥିଲେ ଯେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦି ଚାଲିଯାଇଛନ୍ତି, ଏସବୁ କ’ଣ ହେବ, ଏହା ମୋଦିଙ୍କର, ସେମାନେ ଏହାକୁ ନେଇଯିବେ। ସୁରକ୍ଷା କାର୍ଯ୍ୟରେ ନିୟୋଜିତ ପୋଲିସ ମଧ୍ୟ ଏସବୁ ଦେଖି କେବଳ ନୀରବ ଦ୍ରଷ୍ଟା ସାଜିଥିବାରୁ ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri