ପ୍ରତିଶ୍ରୁତି ପରେ ଭାଙ୍ଗିଲା ଆମରଣ ଅନଶନ

ଆନନ୍ଦପୁର,୧୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଢେଙ୍କା ପଞ୍ଚାୟତ ସଙ୍ଗମ ଗ୍ରାମର ଦୁଇ ପରିବାର ନ୍ୟାୟ ପାଇଁ ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନଠାରୁ ଆମରଣ ଅନଶନ ଆରମ୍ଭ କରିଥିଲେ। ଶୁକ୍ରବାର ରାତି ୮ଟା ପରେ ସୋସୋ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନଶନକୁ ଭଣ୍ଡୁର କରିବାକୁ ଉଦ୍ୟମ କରିବା ଏବଂ ଏକ ସାଧା କାଗଜରେ ଅନଶନକାରୀକୁ ଦସ୍ତଖତ କରିବାକୁ କହିଥିବା ନିଜ ସମ୍ପର୍କୀୟଙ୍କ ସହ ଅନଶନରେ ବସିଥିବା ଟୁକୁନା ପାତ୍ର ସୂଚନା ଦେଇଛନ୍ତି। ତେବେ ଅନଶନକାରୀ ପୋଲିସ କଥାକୁ ଭ୍ରୁକ୍ଷେପନକରି ଶୀତ ରାତିରେ ଅନଶନସ୍ଥଳରେ ଶୋଇବା ସହିତ ଏହି ଅନଶନ ଜାରି ରଖିଥିଲେ। ଶନିବାର ମଧ୍ୟାହ୍ନରେ ଆନନ୍ଦପୁର ଉପଜିଲାପାଳ ସରୋଜ କୁମାର ଦତ୍ତ ଘଟଣାସ୍ଥଳରେ ପହଞ୍ଚି ଅନଶନକାରୀଙ୍କ ସହିତ ଆଲୋଚନା କରିବା ସହିତ ସୋସୋ ପୋଲିସ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ପ୍ରତିଶ୍ରୁତି ଦେବା ପରେ ଅନଶନ ଭଙ୍ଗ ହୋଇଥିଲା।

ସୂଚନାଯୋଗ୍ୟ, ସଙ୍ଗମ ଗ୍ରାମର ଗଙ୍ଗାଧର ପାତ୍ରଙ୍କ ସ୍ତ୍ରୀ ରମ୍ଭା ପାତ୍ର ଏବଂ କୈଳାସ ପାତ୍ରଙ୍କ ସ୍ତ୍ରୀ ସୁମିତ୍ରା ପାତ୍ର ଉଭୟ ପୃଥକ ସମସ୍ୟାକୁ ନେଇ ୨୧.୧.୨୧ ଏବଂ ୨.୨.୨୧ ରେ ସ୍ଥାନୀୟ ସୋସୋ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଗୁରୁତ୍ୱ ଦିଆଯାଉ ନ ଥିବା ଅଭିଯୋଗ କରି ସମ୍ପୃକ୍ତ ପରିବାର ଚଳିତ ମାସ ୮ ତାରିଖରେ ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ଦ୍ୱାରସ୍ଥ ହୋଇଥିଲେ। ମାତ୍ର କୌଣସି ସୁଫଳ ନମିଳିବାରୁ ସମ୍ପୃକ୍ତ ପରିବାରବର୍ଗ ଅନଶନକୁ ଓହ୍ଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri