ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଆଦିବାସୀ

ଜମନକିରା,୭ା୧୧(ଡି.ଏନ.ଏ.): ପ୍ରଶାସନର ପ୍ରତିଶ୍ରୁତି ପାଇବା ପରେ ସୋମବାର ଜମନକିରା ବ୍ଲକ ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ କରାଯାଇଥିବା ରାସ୍ତାରୋକୋ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ସୂଚନା ଅନୁସାରେ, ବ୍ଲକର ଡିମିରିମୁଣ୍ଡା ଛକ ରାସ୍ତାପାର୍ଶ୍ୱରେ କେତେକ ଆଦିବାସୀ ପରିବାର ଜମି ଅଧିଗ୍ରହଣ କରିଥିଲେ। ଆଦିବାସୀଙ୍କ କହିବା ଅନୁଯାୟୀ ସରକାର ସେମାନଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଛନ୍ତି।

ଏପରିସ୍ଥଳେ ପ୍ରାୟ ୪-୫ ମାସ ତଳେ ପ୍ରଶାସନ ପକ୍ଷରୁ ସେହି ସ୍ଥାନରେ ଏକ ମାର୍କେଟ କମ୍ପ୍ଲେକ୍ସ ତିଆରି ପାଇଁ ଅନୁମତି ଦେଇଥିଲେ। ଫଳରେ ଜନୈକ ଠିକାଦାର ଗତ ୨୩ ତାରିଖରେ କାମ ଆରମ୍ଭ କରିଥିଲେ। ହେଲେ ଆଦିବାସୀ ପରିବାର ଏହାକୁ ବିରୋଧ କରିଥିଲେ। ଫଳରେ କାର୍ଯ୍ୟରତ ଶ୍ରମିକ ଓ ଆଦିବାସୀ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏପରିକିି ହାତାହାତି ପର୍ଯ୍ୟନ୍ତ କଥାଯାଇଥିଲା। ପରେ ଆଦିବାସୀ ପରିବାର ଏ ନେଇ କୁଚିଣ୍ଡା ଥାନାରେ ଏତଲା ଦେଇଥିଲେ। ହେଲେ ପୋଲିସ ପକ୍ଷରୁ ପଦକ୍ଷେପ ନିଆ ନ ଯିବାରୁ ଆଦିବାସୀମାନେ ପୂର୍ବ ନିଷ୍ପତ୍ତି କ୍ରମେ ସୋମବାର କୁଚିଣ୍ଡା-ଦେବଗଡ଼ ରାସ୍ତା ଅବରୋଧ କରିବାକୁ ସଜବାଜ ହୋଇଥିଲେ।

ଖବର ପାଇ କୁଚିଣ୍ଡା ଉପଜିଲାପାଳ ବିଭୂତି ଭୂଷଣ ନାୟକ, ଜମନକିରା ତହସିଲଦାର, ଅତିରିକ୍ତ ତହସିଲଦାର, କୁଚିଣ୍ଡା ଏସ୍‌ଡିପିଓ ପ୍ରମୁଖ ପହଞ୍ଚି ଆଦିବାସୀ ପରିବାର ସହ ଆଲୋଚନା କରିଥିଲେ। କାଗଜପତ୍ର ଯାଞ୍ଚ ପରେ ସେମାନଙ୍କୁ ନ୍ୟାୟ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାରୁ ରାସ୍ତାରୋକୋ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ତେବେ ନ୍ୟାୟ ନ ମିଳିଲେ କୁଚିଣ୍ଡା ଉପଖଣ୍ଡର ସମସ୍ତ ଆଦିବାସୀ ସମ୍ପ୍ରଦାୟ ଅନ୍ୟାୟ ବିରୋଧରେ ଲଢେଇ କରିବେ ବୋଲି ନେତୃତ୍ୱ ନେଉଥିବା କୁଚିଣ୍ଡା ପୂର୍ବତନ ବିଧାୟକ ବୃନ୍ଦାବନ ମାଝି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?