ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ କମିବ ଗୁଳୁଗୁଳି

ଭୁବନେଶ୍ୱର,୪ା୧୦ (ଅନୁରାଧା ମହାରଣା) ମୌସୁମୀ ଅପସାରଣ ପ୍ରକିୟା ଜାରି ରହିଥିବାରୁ ବାୟୁରେ ଆର୍ଦ୍ରତା ବଢ଼ୁଛି। ଏହା ପ୍ରଭାବରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳକୁ ଅଗ୍ରସର ହେବା ଫଳରେ ରାଜ୍ୟରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଶନିବାର ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ୍‌, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାରେ ପାଗ ପ୍ରାୟ ଶୁଖିଲା ରହିବ। ୯ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଏଭଳି ପାଗରେ ବିଶେଷ ପରିବର୍ତ୍ତନ ନ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri