ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ କମିବ ଗୁଳୁଗୁଳି

ଭୁବନେଶ୍ୱର,୪ା୧୦ (ଅନୁରାଧା ମହାରଣା) ମୌସୁମୀ ଅପସାରଣ ପ୍ରକିୟା ଜାରି ରହିଥିବାରୁ ବାୟୁରେ ଆର୍ଦ୍ରତା ବଢ଼ୁଛି। ଏହା ପ୍ରଭାବରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳକୁ ଅଗ୍ରସର ହେବା ଫଳରେ ରାଜ୍ୟରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଶନିବାର ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ୍‌, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାରେ ପାଗ ପ୍ରାୟ ଶୁଖିଲା ରହିବ। ୯ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଏଭଳି ପାଗରେ ବିଶେଷ ପରିବର୍ତ୍ତନ ନ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri