ଲୁଟ୍‌ ପରେ ଚୋରି ଅଳଙ୍କାରକୁ ଘର ପଛପଟେ ଲୁଚାଇ ରଖିଥିଲେ ଦୁର୍ବୃତ୍ତ, ଅଚାନକ ଚଢାଉ କଲା ପୋଲିସ

ଖୋର୍ଦ୍ଧା,୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ମାର୍କେଟ କମ୍ପ୍ଲେକ୍ସ ଏକ ସୁନା ଦୋକାନରୁ ସୁନା ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ। ୨ କେଜି ୬୩୮ଗ୍ରାମ ରୂପା, ଟିଭିଏସ ଆପାଚି ବାଇକ, ୨ଟି ଲୁହାରଡ ଜବତ ସହ ଅଭିଯୁକ୍ତ ବାଲାଗାଁର ଚନ୍ଦନ ନାୟକଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ତାଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ଚୋରି ମାମଲା ରହିଛି। ଗତ ଡିସେମ୍ବର ୧୪ ତାରିଖ ରାତିରେ ଅଭିଯୁକ୍ତ ଲୁହାରଡରେ ଦୋକାନ ଗ୍ରିଲ ସଟର ତାଡି ସୁନା ଅଳଙ୍କାର ଲୁଟ୍‌ କରି ନେଇଥିଲେ। ଦୋକାନୀ ମାଲିକ ଦିନେଶ ସାଥୁଆଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା(ନଂ.୫୩୩/୨୫) ରୁଜୁ କରିଥିଲା। ଥାନାଧିକାରୀ ସଞ୍ଜୟ ନାୟକ ତତ୍ତ୍ୱାବଧାନରେ ଏସଆଇ ଦିନେଶ ପିଙ୍ଗୁଆଙ୍କ ନେତୃତ୍ୱରେ ଏଏସଆଇ ଫୁଲମଣି ହେମ୍ବ୍ରମ, ହାବିଲଦାର ଏ.ସାମନ୍ତରାୟ ପ୍ରମୁଖଙ୍କୁ ନେଇ ଏକ ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲେ।

ଅଭିଯୁକ୍ତ ଲୁଟ୍‌ ପରେ ଚୋରି ସାମଗ୍ରୀ ବିକ୍ରି କରିବାକୁ ଉଦ୍ୟମ କରି ବିଫଳ ହେବା ପରେ ଘର ପଛପଟେ ଲୁଚାଇ ରଖିଥିଲେ। ଆଜି ପୂର୍ବାହ୍ନରେ ପୋଲିସ ଟିମ ଅଭିଯୁକ୍ତ ଠିକଣାରେ ଚଢାଉ ବେଳେ ସେ ଘଟଣା ସମ୍ପର୍କରେ ମାନିଥିଲେ। ତା’ ଠାରୁ ରୂପା ଅଳଙ୍କାର ଜବତ କରାଯାଇଛି ବୋଲି ଆଦର୍ଶ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସପି ଶ୍ରୀନିବାସ ମହାନ୍ତି ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଥାନାଧିକାରୀ ସଞ୍ଜୟ ନାୟକ, ଅତିରିକ୍ତ ଆଇଆଇସି ଭ୍ଯଯଯଲକ୍ଷ୍ମୀ ବେହେରା, ତଦନ୍ତ ଅଧିକାରୀ ଦିନେଶ ପିଙ୍ଗୁଆ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri