Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଦଖଲ ପରେ ଚେତିଲେ ରାଜ୍ୟପାଳ

ନୂଆଦିଲ୍ଲୀ,୨୨।୩: ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ବରିଷ୍ଠ ଡିଏମ୍‌କେ ନେତା କେ. ପୁନମୁଡି ଆଜି ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ପୁନମୁଡିଙ୍କୁ ଶପଥ ଗ୍ରହଣ କରାଇବେ। ଆଜି ଅପରାହ୍ନରେ ରାଜ ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ବୋଲି କୁହାଯାଉଛି।
ଗୋଟିଏ ଦିନ ପୂର୍ବରୁ ତାମିଲନାଡୁ ରାଜ୍ୟ କ୍ୟାବିନେଟରେ ବରିଷ୍ଠ ଡିଏମ୍‌କେ ନେତା କେ. ପୁନମୁଡିଙ୍କୁ ପୁନଃନିଯୁକ୍ତି ଦେବାକୁ ରାଜ୍ୟପାଳ ଆର୍‌.ଭି. ରବି ମନା କରିଦେବା ଘଟଣାରେ ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି। ଏଭଳି ଘଟଣା ଗମ୍ଭୀର ଚିନ୍ତାଜନକ ବୋଲି ଅଦାଲତ କହିଛନ୍ତି। ରବି ସର୍ବୋଚ୍ଚ ଅଦାଲତଙ୍କ ନର୍ଦ୍ଦେଶର ଅବମାନନା କରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ଏହି ପ୍ରସଙ୍ଗ ଉପରେ ନିଷ୍ପତ୍ତି ନେବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୋନମୁଡିଙ୍କୁ ତଳକୋର୍ଟ ଦୋଷୀସାବ୍ୟସ୍ତ କରିବା ସହ ୩ ବର୍ଷ ଜେଲଦଣ୍ଡାଦେଶ ଦେଇଥିଲେ। ଉକ୍ତ ରାୟ ଉପରେ ସୁପ୍ରିମକୋର୍ଟ ନିକଟରେ ସ୍ଥଗିତାଦେଶ ଲଗାଇଥିଲେ। ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନଙ୍କ ସୁପାରିସ ସତ୍ତ୍ୱେ ରାଜ୍ୟପାଳ ପୋନମୁଡିଙ୍କୁ ପୁନର୍ବାର ମନ୍ତ୍ରୀ ପଦରେ ନିଯୁକ୍ତି ଦେବା ଲାଗି ମନା କରିଦେଇଥିଲେ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ରାଜ୍ୟପାଳଙ୍କ ଏଭଳି ନିଷ୍ପତ୍ତିରେ ବିସ୍ମୟ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri