ତହସିଲଦାରଙ୍କୁ ଘେରାଉ ପରେ ଖୋଲିଲା ଔଷଧ ଦୋକାନ

ପାଟପୁର,୩୦ା୭-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡା ଗ୍ରାମରେ ପଜିଟିଭ ଚିହ୍ନଟ ପରେ ଗ୍ରାମରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ଔଷଧ ଦୋକାନ ଗୁଡିକୁ ରବିବାର ସିଲ୍‌ କରାଯାଇଥିଲା। ଗୁରୁବାର ସକାଳେ ତହସିଲ ପ୍ରଶାସନ କଙ୍କୋରଡା ଗ୍ରାମରେ ପହଞ୍ଚତ୍ ଶଟ୍‌ଡାଉନ ସ୍ଥିତି ଅନୁଧ୍ୟାନ କରୁଥିବାବେଳେ ଗ୍ରାମବାସୀ ଘେରାଉ କରି ହୋହଲ୍ଲା କରିଥିଲେ। ସାନଖେମୁଣ୍ଡି ତହସିଲଦାର ଓ ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାସୁଝା କରିବା ସହ ସିଲ୍‌ ହୋଇଥିବା ଔଷଧ ଦୋକାନ ଖୋଲିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।
ପ୍ରକାଶ ଯେ, କଙ୍କୋରଡା ଗ୍ରାମରୁ ୫୦ରୁ ଉର୍ଦ୍ଧ୍ୱ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କଙ୍କୋରଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାୟ ୩ ବର୍ଷ ହେଲା ଡାକ୍ତର ନାହାନ୍ତି। ଏହା ଉପରେ ନିର୍ଭର କରୁଥିବା କଙ୍କୋରଡା, କଉଡିଆ, ଲେଙ୍କାଖାଲି, ଗମ୍ଭାରୀଗୁଡା ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଚାଷ କାମ ଚାଲିଥିବାରୁ ବହୁ ଲୋକେ ଥଣ୍ଡା ଜ୍ୱରରେ ଆକ୍ରାନ୍ତ ହେଉଛନ୍ତି। ତେଣୁ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ଔଷଧ ଦୋକାନରେ ଭିଡ ଜମାଉଛନ୍ତି। ସାମାଜିକ ଦୂରତା ରହୁ ନ ଥିବାରୁ ତହସିଲ ପ୍ରଶାସନ ରବିବାର ଉକ୍ତ ଔଷଧ ଦୋକାନ ଗୁଡିକୁ ସିଲ୍‌ କରିଥିଲା। ଫଳରେ ଗ୍ରାମବାସୀ ବାଧ୍ୟହୋଇ ନିକଟସ୍ଥ ଗ୍ରାମରେ ଥିବା ଔଷଧ ଦୋକାନକୁ ଯାଉଛନ୍ତି। କିନ୍ତୁ ସେମାନେ କଙ୍କୋରଡା ଲୋକେ ଜାଣିଲେ ଔଷଧ ଦେବାକୁ ମନା କରିଦେଉଛନ୍ତି। ଗୁରୁବାର ସକାଳ ପ୍ରାୟ ୯ ଟାରେ କୋଭିଡ୍‌ ଡ୍ୟୁଟିରେ ଥିବା ଅଧିକାରୀ ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ଗାଡିକୁ ଅଟକାଇଥିଲେ। ସାନଖେମୁଣ୍ଡି ତହସିଲଦାର ଅମିତ କୁମାର ନାୟକ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିବା ସହ ସିଲ୍‌ ହୋଇଥିବା ଔଷଧ ଦୋକାନ ଖୋଲାଯାଇଥିଲା। ଆସନ୍ତା ୫ ଦିନ ମଧ୍ୟରେ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?