Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଛାଟ ପରେ ସାବାଡ ହେଲା SBI, ନିର୍ବାଚନ ଆୟୋଗଙ୍କୁ କଲା ଯୋଗାଯୋଗ

ନୂଆଦିଲ୍ଲୀ,୧୨।୩: ନିର୍ବାଚନ ବଣ୍ଡକୁ ନେଇ ଦେଶର ସର୍ବବୃହତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ଉପରେ କଠୋର ହୋଇଛନ୍ତି ସୁପ୍ରିମକୋର୍ଟ। ନିର୍ବାଚନ ବଣ୍ଡ ସମ୍ବନ୍ଧୀୟ ସୂଚନା ପ୍ରଦାନ କରିବାକୁ ଏସବିଆଇକୁ କୋର୍ଟ ଆଜି ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମୟ ଦେଇଛନ୍ତି।
କିନ୍ତୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଦେଖିବାକୁ ମିଳିଛି କି, ଏସବିଆଇର ମୁଖ୍ୟ ପରିଚାଳକଙ୍କ କାର୍ଯ୍ୟାଳୟ Electoral Bond ର ସବିଶେଷ ତଥ୍ୟ ପ୍ରଦାନ ପାଇଁ ନିର୍ବାଚନ ଆୟୋଗଙ୍କ ସହ ଯୋଗାଯୋଗ କରିଛି।

ସୂଚନାନୁସାରେ, ଆଜି ସଂଧ୍ୟା ସୁଦ୍ଧା ଏସବିଆ ଦାତା, ବଣ୍ଡ ନମ୍ବର ଏବଂ କୌଣସି ରାଜନୈତିକ ଦଳ ଦ୍ୱାରା ଏପର୍ଯ୍ୟନ୍ତ କେତେ ଟଙ୍କା ଦିଆଯାଇଛି ସେନେଇ ଆନୁସଙ୍ଗିକ ଦଲିଲ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବ। କୋର୍ଟଙ୍କ ଆଦେଶ ଅନୁଯାୟୀ, ନିର୍ବାଚନ ଆୟୋଗଙ୍କୁ ମାର୍ଚ୍ଚ ୧୫ ତାରିଖ ଅପରାହ୍ନ ୫ ଟା ସୁଦ୍ଧା ଏହାର ପୋର୍ଟାଲରେ ଏସବିଆଇରୁ ମିଳିଥିବା ସୂଚନାକୁ ସାର୍ବଜନୀନ କରିବାକୁ ପଡିବ।

କୁହାଯାଉଛି ଯେ, ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଜମ୍ମୁ କଶ୍ମିର ଗସ୍ତରେ ଅଛନ୍ତି। ଏଭଳି ପରିସ୍ଥିତିରେ ଏସବିଆଇ ମୁଖ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟକୁ କିପରି ସୂଚନା ଦେବ ତାହା ଜାଣିବା ବାକି ରହିଲା। ସୋମବାର ସୁପ୍ରିମକୋର୍ଟ ଏସବିଆଇକୁ କଡା ନିର୍ଦ୍ଦେଶ ଦେଇଛନ୍ତି ଯେ, ଯଦି ଏହା ପାଳନ ନ ହୁଏ ତେବେ ଏସବିଆଇ କୋର୍ଟ ଅବମାନନାକୁ ସାମ୍ନା କରିବାକୁ ପଡ଼ିବ।

 


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri