Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଛାଟ ପରେ ସାବାଡ ହେଲା SBI, ନିର୍ବାଚନ ଆୟୋଗଙ୍କୁ କଲା ଯୋଗାଯୋଗ

ନୂଆଦିଲ୍ଲୀ,୧୨।୩: ନିର୍ବାଚନ ବଣ୍ଡକୁ ନେଇ ଦେଶର ସର୍ବବୃହତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ଉପରେ କଠୋର ହୋଇଛନ୍ତି ସୁପ୍ରିମକୋର୍ଟ। ନିର୍ବାଚନ ବଣ୍ଡ ସମ୍ବନ୍ଧୀୟ ସୂଚନା ପ୍ରଦାନ କରିବାକୁ ଏସବିଆଇକୁ କୋର୍ଟ ଆଜି ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମୟ ଦେଇଛନ୍ତି।
କିନ୍ତୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଦେଖିବାକୁ ମିଳିଛି କି, ଏସବିଆଇର ମୁଖ୍ୟ ପରିଚାଳକଙ୍କ କାର୍ଯ୍ୟାଳୟ Electoral Bond ର ସବିଶେଷ ତଥ୍ୟ ପ୍ରଦାନ ପାଇଁ ନିର୍ବାଚନ ଆୟୋଗଙ୍କ ସହ ଯୋଗାଯୋଗ କରିଛି।

ସୂଚନାନୁସାରେ, ଆଜି ସଂଧ୍ୟା ସୁଦ୍ଧା ଏସବିଆ ଦାତା, ବଣ୍ଡ ନମ୍ବର ଏବଂ କୌଣସି ରାଜନୈତିକ ଦଳ ଦ୍ୱାରା ଏପର୍ଯ୍ୟନ୍ତ କେତେ ଟଙ୍କା ଦିଆଯାଇଛି ସେନେଇ ଆନୁସଙ୍ଗିକ ଦଲିଲ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବ। କୋର୍ଟଙ୍କ ଆଦେଶ ଅନୁଯାୟୀ, ନିର୍ବାଚନ ଆୟୋଗଙ୍କୁ ମାର୍ଚ୍ଚ ୧୫ ତାରିଖ ଅପରାହ୍ନ ୫ ଟା ସୁଦ୍ଧା ଏହାର ପୋର୍ଟାଲରେ ଏସବିଆଇରୁ ମିଳିଥିବା ସୂଚନାକୁ ସାର୍ବଜନୀନ କରିବାକୁ ପଡିବ।

କୁହାଯାଉଛି ଯେ, ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଜମ୍ମୁ କଶ୍ମିର ଗସ୍ତରେ ଅଛନ୍ତି। ଏଭଳି ପରିସ୍ଥିତିରେ ଏସବିଆଇ ମୁଖ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟକୁ କିପରି ସୂଚନା ଦେବ ତାହା ଜାଣିବା ବାକି ରହିଲା। ସୋମବାର ସୁପ୍ରିମକୋର୍ଟ ଏସବିଆଇକୁ କଡା ନିର୍ଦ୍ଦେଶ ଦେଇଛନ୍ତି ଯେ, ଯଦି ଏହା ପାଳନ ନ ହୁଏ ତେବେ ଏସବିଆଇ କୋର୍ଟ ଅବମାନନାକୁ ସାମ୍ନା କରିବାକୁ ପଡ଼ିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?