Posted inଜାତୀୟ

ଆର୍ଟିକଲ ୩୭୦କୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ ମୋଦି କହିଲେ-ଏହା ଆଶାର କିରଣ

ନୂଆଦିଲ୍ଲୀ,୧୧।୧୨: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇବାକୁ ମୋଦି ସରକାରଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ଠିକ କହିଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃତଜ୍ଞତା ଜଣାଇଛନ୍ତି। ଏହି ନିଷ୍ପତ୍ତି ଉପରେ ସେ କହିଛନ୍ତି ,  ଏହା ଐତିହାସିକ ଏବଂ ସର୍ବୋଚ୍ଚ ନ୍ୟାୟାଳୟ ସଂସଦର ବହୁମତକୁ ଅପରିବର୍ତ୍ତିତ ରଖିଛନ୍ତି। ଏକତାର ମୂଳ ଦୃଢତା ବଜାୟ। ଏହି ନିଷ୍ପତ୍ତି କେବଳ ଏକ ଆଇନଗତ ନିଷ୍ପତ୍ତି ନୁହେଁ। ବରଂ ଏହା ଏକ ଆଶାର କିରଣ। ଏହି ନିଷ୍ପତ୍ତି ଏକ ଉଜ୍ଜ୍ୱଳ ଭବିଷ୍ୟତର ପ୍ରତିଶୃତି । ଏହି ନିଷ୍ପତ୍ତି ହେଉଛି ଗୋଟିଏ ଭାରତର ସମାଧାନର ଫଳାଫଳ। ଏଥି ସହିତ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ଧାରା ୩୭୦ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ସେ କହିଛନ୍ତି, ଧାରା ୩୭୦ହଟାଇବା ସାମ୍ବିଧାନିକ । ଏଥି ସହିତ ଜମ୍ମୁ କଶ୍ମୀରକୁ ମୁଖ୍ୟ ସ୍ରୋତକୁ ଆଣିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ଏହି ସମୟରେ ଶିବସେନା (ୟୁଟିବି) ମୁଖ୍ୟ ଉଦ୍ଧବ ଠାକରେ ମଧ୍ୟ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ଉଦ୍ଧବ କହିଛନ୍ତି, ଆମେ ଧାରା ୩୭୦ ଅପସାରଣକୁ ସମର୍ଥନ କରିଛୁ। ଆମେ ଆଶା କରୁଛୁ ଜମ୍ମୁ କଶ୍ମୀରରେ ଯଥାଶୀଘ୍ର ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri