Posted inଖେଳ

ଟି୨୦ ପରେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ମିଳିପାରେ ଦିନିକିଆରେ ପ୍ରଥମ ସୁଯୋଗ

ପୁଣେ,୨୫।୩ : ନିକଟରେ ଶେଷ ହୋଇଥିବା ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ରେ ବିସ୍ଫୋରକ ବ୍ୟାଟିଂର ନମୁନା ଦେଖାଇଥିବା ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିପାରେ ଦିନିକିଆରେ ପଦାର୍ପଣ ସୁଯୋଗ। କାରଣ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଆହତ ଜନିତ ସମସ୍ୟା ଯୋଗୁ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଅନୁପସ୍ଥିତି ଯୋଗୁ ବଢ଼ିଯାଇଛି ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ସୂର୍ଯ୍ୟଙ୍କ ଖେଳିବାର ସମ୍ଭାବନା। ବିଜୟ ସହ ସିରିଜ୍‌ ଆରମ୍ଭ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧିନ ଟିମ୍‌ ଇଣ୍ଡିଆ ଦ୍ୱିତୀୟ ମୁକାବିଲକୁ ଜିତି ସିରିଜ୍‌ ହାତେଇବା ଲକ୍ଷ୍ୟରେ ରହିଛି।

ତେବେ ପ୍ରଥମ ମ୍ୟାଚ୍‌ରେ ଆଘାତ ପାଇଥିବା ବରିଷ୍ଠ ଓପନର ରୋହିତ ଶର୍ମା ସମୟରେ ଫିଟ୍‌ ହୋଇଯିବେ ବୋଲି ଆଶା କରାଯାଉଛି। କିନ୍ତୁ ଯଦି ମ୍ୟାନେଜମେଣ୍ଟ ରୋହିତଙ୍କୁ ବିଶ୍ରାମ ଦେବାକୁ ଚାହେଁ, ତେବେ ଶିଖର ଧାଓ୍ବନଙ୍କ ସହ ଶୁବମାନ ଗିଲ କିମ୍ବା ଲୋକେଶ ରାହୁଲଙ୍କୁ ଓପନିଂ କରିବାକୁ ପଡ଼ିବ। ରିଷଭ ପନ୍ତଙ୍କୁ ଦଳରେ କେବଳ ବ୍ୟାଟ୍ସମ୍ୟାନ ଭାବେ ଯାଗା ମିଳିପାରେ। ବୋଲରଙ୍କ ମଧ୍ୟରେ ଚାଇନାମ୍ୟାନ ସ୍ପିନର କୁଲଦ୍ୱୀପ ଯାଦବଙ୍କୁ ଦଳରୁ ବାଦ୍‌ ଦିଆଯିବାର ବିଶେଷ ସମ୍ଭାବନା ରହିଛି। ଗତ ମ୍ୟାଚ୍‌ରେ ସେ ୯ ଓଭରରେ ୭୦ ରନ୍‌ ଖର୍ଚ୍ଚ କରିଥିଲେ ମଧ୍ୟ ହାତେଇ ପାରି ନ ଥିଲେ ଗୋଟିଏ ହେଲେ ଉଇକେଟ। ତାଙ୍କ ବଦଳରେ ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଖେଳିପାରନ୍ତି। ଏହାବାଦ୍‌ ଭୁବନେଶ୍ୱର କୁମାର, ପ୍ରସିଦ୍ଧ କ୍ରିଷ୍ଣା ଓ ଶାର୍ଦ୍ଦୁଳ ଠାକୁର ଗତ ମ୍ୟାଚ୍‌ରେ ୧୦ ରୁ ୯ଟି ଉଇକେଟ ହାତେଇଥିଲେ। ଏଣୁ ଏହି ବିଭାଗରେ କୌଣସି ପରିବର୍ତ୍ତନର ଆଶା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri