Posted inଖେଳ

ଟସ୍‌ ପରେ ଜାଣିଶୁଣି ହୋଲ୍ଡରଙ୍କ ସହ ହାତ ମିଳାଇଲେ ଷ୍ଟୋକ୍ସ

ସାଉଥାମ୍ପଟନ, ୯।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଐତିହାସିକ ଟେଷ୍ଟ ସିରିଜ ବୁଧବାରଠାରୁ ସ୍ଥାନୀୟ ରୋଜ୍‌ ବାଉଲ୍‌ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏଥିସହ ଦୀର୍ଘ ୧୧୭ ଦିନର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ମହାମାରୀ କରୋନା ଭାଇରସ୍‌ ଲାଗି ଗତ ମାର୍ଚ୍ଚ ୧୫ରୁ ବିଶ୍ୱରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତିଯୋଗିତା ବନ୍ଦ ରହିଥିଲା। ଏହି ସିରିଜ ଆରମ୍ଭ ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ କିଛି କଟକଣା ଜାରି କରାଯାଇଛି। ଯେପରିକି ବଲ୍‌ରେ ଚମକ ଆଣିବା ପାଇଁ ବୋଲର କି ଅନ୍ୟ କୌଣସି ଖେଳାଳି ଲାଳର ବ୍ୟବହାର କରିପାରିବେ ନାହିଁ। ସେହିଭଳି ନିରପେକ୍ଷ ଅମ୍ପାୟର ରହିବେନି, ପ୍ରତି ଇନିଂସରେ ଅଧିକ ଡିଆର୍‌ଏସ୍‌ ଦିଆଯିବ ଏବଂ ଖେଳାଳିମାନେ ପରସ୍ପର ମଧ୍ୟରେ ହାତ ମିଳାଇବାକୁ ବାରଣ କରାଯାଇଛି। ଏହି ସବୁ ନିୟମ ମାନି ଖେଳିବାକୁ ଆଇସିସି ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଏହି ମ୍ୟାଚ୍‌ରେ ଟସ୍‌ ଅବସରରେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ହାତ ମିଳାଇବା ପାଇଁ ପ୍ରତିପକ୍ଷ ଜାସନ ହୋଲ୍ଡରଙ୍କୁ ହାତ ବଢ଼ାଇଥିବା ଦେଖିବାକୁ ମିଳିଥିଲା। ଷ୍ଟୋକ୍ସ ଟସ୍‌ ଜିତିବା ପରେ ଜାଣିଶୁଣି ଚିରାଚରିତ ଭାବରେ ହୋଲ୍ଡରଙ୍କ ସହ ହାତ ମିଳାଇଥିଲେ। ଏହି ଅପ୍ରତ୍ୟାଶିତ ଘଟଣା ପରେ ଉଭୟ ଷ୍ଟୋକ୍ସ ଓ ହୋଲ୍ଡର ଜୋରରେ ହସିବାରେ ଲାଗିଥିଲେ। ବର୍ଷା ଲାଗି ଖେଳ ବାରମ୍ବାର ବନ୍ଦ ରହିଥିଲା। ଶେଷ ଖବର ସୁଦ୍ଧା ଇଂଲଣ୍ଡ ପ୍ରଥମ ଇନିଂସରେ ୪୩ ଓଭରରେ ୫ ଉଇକେଟ୍‌ ହରାଇ ୧୦୬ ରନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri