Posted inଖେଳ

ଟସ୍‌ ପରେ ଜାଣିଶୁଣି ହୋଲ୍ଡରଙ୍କ ସହ ହାତ ମିଳାଇଲେ ଷ୍ଟୋକ୍ସ

ସାଉଥାମ୍ପଟନ, ୯।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଐତିହାସିକ ଟେଷ୍ଟ ସିରିଜ ବୁଧବାରଠାରୁ ସ୍ଥାନୀୟ ରୋଜ୍‌ ବାଉଲ୍‌ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏଥିସହ ଦୀର୍ଘ ୧୧୭ ଦିନର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ମହାମାରୀ କରୋନା ଭାଇରସ୍‌ ଲାଗି ଗତ ମାର୍ଚ୍ଚ ୧୫ରୁ ବିଶ୍ୱରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତିଯୋଗିତା ବନ୍ଦ ରହିଥିଲା। ଏହି ସିରିଜ ଆରମ୍ଭ ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ କିଛି କଟକଣା ଜାରି କରାଯାଇଛି। ଯେପରିକି ବଲ୍‌ରେ ଚମକ ଆଣିବା ପାଇଁ ବୋଲର କି ଅନ୍ୟ କୌଣସି ଖେଳାଳି ଲାଳର ବ୍ୟବହାର କରିପାରିବେ ନାହିଁ। ସେହିଭଳି ନିରପେକ୍ଷ ଅମ୍ପାୟର ରହିବେନି, ପ୍ରତି ଇନିଂସରେ ଅଧିକ ଡିଆର୍‌ଏସ୍‌ ଦିଆଯିବ ଏବଂ ଖେଳାଳିମାନେ ପରସ୍ପର ମଧ୍ୟରେ ହାତ ମିଳାଇବାକୁ ବାରଣ କରାଯାଇଛି। ଏହି ସବୁ ନିୟମ ମାନି ଖେଳିବାକୁ ଆଇସିସି ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଏହି ମ୍ୟାଚ୍‌ରେ ଟସ୍‌ ଅବସରରେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ହାତ ମିଳାଇବା ପାଇଁ ପ୍ରତିପକ୍ଷ ଜାସନ ହୋଲ୍ଡରଙ୍କୁ ହାତ ବଢ଼ାଇଥିବା ଦେଖିବାକୁ ମିଳିଥିଲା। ଷ୍ଟୋକ୍ସ ଟସ୍‌ ଜିତିବା ପରେ ଜାଣିଶୁଣି ଚିରାଚରିତ ଭାବରେ ହୋଲ୍ଡରଙ୍କ ସହ ହାତ ମିଳାଇଥିଲେ। ଏହି ଅପ୍ରତ୍ୟାଶିତ ଘଟଣା ପରେ ଉଭୟ ଷ୍ଟୋକ୍ସ ଓ ହୋଲ୍ଡର ଜୋରରେ ହସିବାରେ ଲାଗିଥିଲେ। ବର୍ଷା ଲାଗି ଖେଳ ବାରମ୍ବାର ବନ୍ଦ ରହିଥିଲା। ଶେଷ ଖବର ସୁଦ୍ଧା ଇଂଲଣ୍ଡ ପ୍ରଥମ ଇନିଂସରେ ୪୩ ଓଭରରେ ୫ ଉଇକେଟ୍‌ ହରାଇ ୧୦୬ ରନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri