ସ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ପରେ କାନ୍ଦିଲେ ସ୍ବାମୀ, କହିଦେଲେ ମନର କଥା

ଭୁବନେଶ୍ୱର,୧୨।୬: ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ। ଏହାକୁ ନେଇ ତାଙ୍କ ପରିବାର ସମେତ ନିମାପଡ଼ା ନିର୍ବାଚନମଣ୍ଡଳୀରେ ଖୁସିର ଲହରି ଖେଳିଯାଇଛି। ସ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ପରେ ଭାବପ୍ରବଣ ହୋଇପଡିଛନ୍ତି ସ୍ବାମୀ ଶ୍ୟାମସୁନ୍ଦର ନାୟକ। ସେ କହିଛନ୍ତି, ଦୀର୍ଘ ୨୭ ବର୍ଷ ହେବ ସେ ଦଳ ପାଇଁ କାମ କରିଛନ୍ତି। ସଫଳତା ନ ମିଳିଥିଲେ ମଧ୍ୟ ସେ ଆଦୌ ହତୋତ୍ସାହ ନ ହୋଇ ଆଗକୁ ବଢି ଚାଲିଥିଲେ। ଏବେ ତାଙ୍କୁ ପରିଶ୍ରମର ଫଳ ମିଳିଛି।
କଟକ ଜିଲା ନିଆଳି ବ୍ଲକ ନିଭରଣ ଗ୍ରାମର ପ୍ରଭାତୀ ପୁରୀ ଜିଲା ନିମାପଡ଼ା ବ୍ଲକ ତେରୁଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ତେରୁଣ୍ଡିଆ ଗ୍ରାମର ଶ୍ୟାମସୁନ୍ଦର ନାୟକଙ୍କୁ ବିବାହ କରିଥିଲେ। ସେ ଦୀର୍ଘବର୍ଷ ହେଲା ରାଜନୀତିରେ ସକ୍ରିୟ ରହିଛନ୍ତି। ଛାତ୍ରୀ ଜୀବନରୁ ତାଙ୍କର ରାଜନୀତି ପ୍ରତି ରୁଚି ରହିଥିଲା। ସେ ନିମାପଡ଼ା କଲେଜରେ ଅଧ୍ୟୟନ କରିଥିବାବେଳେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଏଲ୍‌ଏଲ୍‌ବି ପାସ୍‌ କରିଥିଲେ। ପରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜଣେ ଆଇନଜୀବୀ ଭାବେ କିଛିଦିନ ଧରି କାର୍ଯ୍ୟ କରିଥିଲେ। ବୃତ୍ତିରେ ଜଣେ ଓକିଲ ହୋଇଥିଲେ ମଧ୍ୟ ରାଜନୀତି ପ୍ରତି ତାଙ୍କର ପ୍ରବଳ ଆଗ୍ରହ ରହିଥିଲା। ତେଣୁ ପରବର୍ତ୍ତୀ ସମୟରେ ସେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଥିଲେ। ସେ ରାଜ୍ୟ ସମାଜ ମଙ୍ଗଳ ବୋର୍ଡର ଚେୟାରମ୍ୟାନ, ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ, ଭାଜପାର ରାଜ୍ୟ ଉପସଭାପତି ସମେତ ବିଭିନ୍ନ ପଦବୀରେ ରହିଥିଲେ। କ୍ରମାଗତ ୩ ଥର ପରାଜୟ ବରଣ କରିବା ପରେ ସେ ଚଳିତ ନିର୍ବାଚନରେ ବିଜେଡିର ଦିଲୀପ ନାୟକଙ୍କୁ ହରାଇ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଥର ବିଧାୟିକା ହେବା ସହ ତାଙ୍କୁ ନୂତନ ସରକାରରେ ଉପମୁଖ୍ୟମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ମିଳିଛି। ଅନ୍ୟପଟେ ଆମ ବୋହୂ ସାଧାରଣ ଲୋକଙ୍କ ସେବା ଅକ୍ଷୁର୍ଣ୍ଣ ରଖିଆସିଛନ୍ତି ବୋଲି ପ୍ରଭାତୀଙ୍କ ଦାଦା ଶ୍ୱଶୁର ସୁକାନ୍ତ ନାୟକ ଏବଂ ୨ ଖୁଡ଼ୀଶାଶୁ ବାସନ୍ତୀ ନାୟକ ଓ ମନୋରମା ନାୟକ କହିଛନ୍ତି। ପ୍ରଭାତୀଙ୍କ ଶଶୁର ଘର ଗାଁ ତେରୁଣ୍ତିଆରେ ବିଜୟ ଉତ୍ସବ ପାଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?