ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ ଥଣ୍ଡା ବଢ଼ିଛି। ଶୁକ୍ରବାର ସାରୁ ଜି.ଉଦୟଗିରିରେ ଅସହ୍ୟ ଥଣ୍ଡା ଅନୁଭୂତ ହୋଇଥିଲା। ରବିବାର ସକାଳ ୮ ସୁଦ୍ଧା ପାରଦ ତଳ ମୁହାଁ ହୋଇ ୩ ଡିଗ୍ରୀ ହୋଇଛି। ଶୀତର ପ୍ରକୋପ ବଢ଼ିଛି। ସ୍ଥାନୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ରବିବାର ୩.୫ ଡିଗ୍ରୀ ରହିଥିବା ବେଳେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୮.୪ ଡିଗ୍ରୀ, ଶୁକ୍ରବାର ୭.୮ ଡିଗ୍ରୀ, ଶନିବାର ୪.୪ ଡିଗ୍ରୀ ରେକର୍ଡ ହୋଇଛି। ଯାହା ଫଳରେ ଦୁଇଦିନ ଥଣ୍ଡା ସାମାନ୍ୟ କମ ରହିଥିଲା। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ଯାହା ରାଜ୍ୟର ସବୁଠାରୁ ସର୍ବନିମ୍ନ ତାପମାତ୍ରା ରହିଥିବା ବେଳେ ଦାରିଙ୍ଗବାଡ଼ି ୬ ଡିଗ୍ରୀ ଓ ଫୁଲବାଣୀରେ ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ହାଡ଼ ଭଙ୍ଗା ଶୀତରେ ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ଲୋକେ ନିଆଁକୁ ଆଶ୍ରା କରି ରହୁଥିବା ଦେଖିବାକୁ ମିଳିଛି। ପ୍ରବଳ ଶୀତ ସାଙ୍ଗକୁ ଜାଡ଼ ଥଣ୍ଡା ଯୋଗୁ ଅଞ୍ଚଳବାସୀ ଖରା ଓ ନିଆଁର ସାହାରା ନେଉଛନ୍ତି। ପ୍ରବଳ କୁହୁଡ଼ି ଯୋଗୁ ଗାଡ଼ି ମୋଟର ଯାତାୟାତରେ ଅସୁବିଧା ହେଉଥିବା ବେଳେ ଦୁର୍ଘଟଣା ଘଟୁଛି। କହିବାକୁ ଗଲେ ପ୍ରବଳ ଶୀତ ଯୋଗୁ ଜି.ଉଦୟଗିରିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୀତ ଦାଉରୁ ରକ୍ଷା ପାଇବାକୁ ସା ପୂର୍ବରୁ ଲୋକେ ନିଆଁ ଲଗାଇ ବସୁଛନ୍ତି। ୨୦୨୫ ବର୍ଷ ଶେଷ ହେବାକୁ କିଛିଦିନ ବାକି ଥିବାବେଳେ ଜି.ଉଦୟଗିରିରେ ଅତ୍ୟଧିକ ଥଣ୍ଡା ହେଉଥିବା ଯୋଗୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡ଼ିକରେ ବଣ ଭୋଜି ନିମନ୍ତେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଦାରିଙ୍ଗବାଡ଼ି ଠାରୁ ଜି.ଉଦୟଗିରରେ ଅଧିକ ଶୀତ ସହ ଜାଡ଼ ଥଣ୍ଡା ହେଉଥିଲେ ମଧ୍ୟ ପ୍ରଶାସନ ତରଫରୁ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ପ୍ରତି ଗୁରୁତ୍ୱ ଦେଉ ନ ଥିବା ନେଇ ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri