Posted inଜାତୀୟ

ସଂସଦରେ ଛୁଇଁଲେ ପାଦ, ଏବେ ମୋଦିଙ୍କ ଆଙ୍ଗୁଠିରେ କ’ଣ ଦେଖୁଛନ୍ତି ନୀତୀଶ… ଭିଡିଓ ଭାଇରାଲ

ନାଳନ୍ଦା,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଐତିହାସିକ ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ମନ ଭରି ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ଦେଖିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳର ୧୦ଦିନ ମଧ୍ୟରେ ମୁଁ ବିହାରର ନାଲନ୍ଦାରେ ପହଞ୍ଚିଛି। ନାଲନ୍ଦାକୁ ଆସିବା ମୋର ସୌଭାଗ୍ୟ। ସେ କହିଛନ୍ତି ଯେ ନିଆଁରେ ବହି ଜଳିଯାଇଥିଲେ ମଧ୍ୟ ଜ୍ଞାନ ଲିଭାଯାଇପାରିବ ନାହିଁ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନାଲନ୍ଦାର ଏହି ନୂତନ କ୍ୟାମ୍ପସ କେବଳ ଦେଶ ନୁହେଁ ବିଶ୍ୱକୁ ମଧ୍ୟ ଭାରତର ସମ୍ଭାବନାକୁ ପରିଚିତ କରାଇବ। ଏହି ଅବସରରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଉପସ୍ଥିତ ଥିଲେ। ନାଲନ୍ଦା ବିଶ୍ୱବିଦ୍ୟାଳୟର ଏହି କାର୍ଯ୍ୟକ୍ରମର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହା ଦେଖିବାକୁ ମିଳେ ଯେ ବିାହାର ମୁଖ୍ୟମନ୍ତ୍ରୀ ନୀତୀଶ ବହୁତ କୌତୁହଳ ସହ ମୋଦିଙ୍କ ଆଙ୍ଗୁଳି ଦେଖୁଛନ୍ତି। ଏହା ପରେ ଉଭୟଙ୍କୁ ହସୁଥିବା ମଧ୍ୟ ଦେଖିବାକୁ ମିଳେ।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଦ ଛୁଇଁଥିଲେ। ବର୍ତ୍ତମାନ, ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସର ଉଦଘାଟନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଙ୍ଗୁଳି ଦେଖୁଥିବାର ନଜର ଆସିଛନ୍ତି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କିପରି ମୋଦିଙ୍କ ହାତ ଧରିଛନ୍ତି ଏବଂ ତାଙ୍କ ଆଙ୍ଗୁଠି ଦେଖୁଛନ୍ତି ତାହା ସ୍ପଷ୍ଟ ଭାବେ ଦେଖାଯାଇପାରେ। ଏହି ସମୟରେ ସେମାନଙ୍କ ମଧ୍ୟରେ କିଛି ବାର୍ତ୍ତାଳାପ ହୋଇଥିଲା ଏବଂ ପରେ ଉଭୟ ନେତା ହସିଲେ। ବର୍ତ୍ତମାନ ତାଙ୍କର ଏହି ଭିଡିଓ ସବୁଆଡେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri