ଟ୍ରାଙ୍କୁଲାଇଜ ପରେ ଅସୁସ୍ଥ ଦନ୍ତା ଉଠି ମାରିଲା: ଫରେଷ୍ଟ ଗାର୍ଡ ଗୁରୁତର

ସଜନାଗଡ଼,୮।୩(ଡି.ଏନ୍‌.ଏ.): ହାତୀକୁ ଚିକିତ୍ସା କରିବାକୁ ଯାଇ ଅସୁସ୍ଥ ଦନ୍ତାର ପାଲଟା ଆକ୍ରମଣରେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ନୀଳଗିରି କୁଲଡିହା ଅଭୟାରଣ୍ୟରେ ।
ହାତୀ ଆକ୍ରମଣରେ ଫରେଷ୍ଟ ଗାର୍ଡ ଶଶିକଳା ସାହୁ ଗୁରୁତର ଆହତ ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ମେଡ଼ିକାଲ ନିଆଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏଥିରେ ପଞ୍ଚଲିଙ୍ଗେଶ୍ୱର ବିଟ ଫରେଷ୍ଟର ଭାଗ୍ୟଶ୍ରୀ ଦ୍ୱିବେଦୀ ମଧ୍ୟ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, କୁଲଡିହା ଅଭୟାରଣ୍ୟର ଖୁମକୁଟ ଅଞ୍ଚଳରେ କିଛିଦିନ ହେବ ଅସୁସ୍ଥ ହାତୀର ଚିକିତ୍ସା ପାଇଁ ବନବିଭାଗ ଜଗିଥିଲା। ଟ୍ରାଙ୍କୁଲାଇଜ କରି ତାକୁ ଚିକିତ୍ସା ପାଇଁ ଟିମ୍‌ ୪ ଦିନ ହେବ କର୍ମଚାରୀ ମୁତୟନ ଥିଲେ। ଟ୍ରାଙ୍କୁଲାଇଜ କରି ହାତୀର ଚିକିତ୍ସା କରିବାକୁ ଯାଉଥିବାବେଳେ ହାତୀଟି ପାଲଟା ଆକ୍ରମଣ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri