ତୁନିଶାଙ୍କ ମୃତ୍ୟୁ ପରେ ଶୁଟିଂସେଟ୍‌ରେ ବଢୁଛି ଭୟ

ମୁମ୍ବାଇ: ୨୦ ବର୍ଷ ବୟସରେ ଅଭିନେତ୍ରୀ ତୁନିଶା ଶର୍ମା ଆତ୍ମହତ୍ୟା କରିଛନ୍ତି। ତୁନିଶାଙ୍କ ମୃତ୍ୟୁ ଖବର ସମସ୍ତଙ୍କୁ ଚକିତ କରିଛି। ଅଭିନେତ୍ରୀ କିପରି ଏପରି ଭୟଙ୍କର ପଦକ୍ଷେପ ନେଲେ ତାହା କେହି ବୁଝି ପାରୁନାହାନ୍ତି। ତେବେ ଇଣ୍ଡଷ୍ଟ୍ରିରେ ଏହା ପ୍ରଥମ ଘଟଣା ନୁହେଁ, ଦୀର୍ଘ ଦିନ ଧରି ଇଣ୍ଡଷ୍ଟ୍ରିରେ ଆତ୍ମହତ୍ୟା ମାମଲା ବଢ଼ିବାରେ ଲାଗିଛି। ଏଥିସହିତ ତୁନିଶାଙ୍କ ମୃତ୍ୟୁ ପରେ ସେଟ୍‌ରେ ଥିବା ସମସ୍ତେ ତାଙ୍କୁ ଡରୁଛନ୍ତି।

ଅଲ ଇଣ୍ଡିଆ ସିନେ ଓ୍ବାର୍କର୍ସ ଆସୋସିଏଶନର ସଭାପତି ସୁରେଶ ଶ୍ୟାମଲାଲ ଗୁପ୍ତା କହିଛନ୍ତି, ତୁନିଶାଙ୍କ ମୃତ୍ୟୁ ପରେ ସେ ସେଟ୍‌କୁ ଯାଇଥିଲେ ଏବଂ ସେଠାରେ ସମସ୍ତେ ଭୟଭୀତ ଅଛନ୍ତି। ସେ କହିଛନ୍ତି, ସେଠାରେ ନିଶ୍ଚିତ ଭାବେ କିଛି ଭୁଲ ଅଛି ଏବଂ ତଦନ୍ତ ପରେ ଅନେକ କିଛି ବାହାରକୁ ଆସିବ। ଏଥିସହ ସେ ଏହି ପ୍ରସଙ୍ଗରେ ଏସ୍‌ଆଇଟି ଦାବି କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ସରକାର ଏହି ପ୍ରସଙ୍ଗରେ ଧ୍ୟାନ ଦେବା ଉଚିତ। ଏସ୍‌ଆଇଟି ଗଠନ କରି ଏହାର ଅନୁସନ୍ଧାନ କରିବା ଉଚିତ। ମହିଳାମାନେ ସେଟରେ ସୁରକ୍ଷିତ ନୁହନ୍ତି, ସେଟ୍‌ ବହୁତ ଭିତରେ ଅଛି ଏବଂ ଲୋକମାନେ ସେଠାକୁ ଯିବାକୁ ଡରୁଛନ୍ତି।

୨୪ ଡିସେମ୍ବରରେ ଶୋ’ର ସେଟ୍‌ରେ ତୁନିଶା ଆତ୍ମହତ୍ୟା କରିଥିଲେ। ଏହି ଅଭିନେତ୍ରୀଙ୍କ କୋ-ଷ୍ଟାର ଶିଜାନ ଖାନଙ୍କ ମେକ୍‌ ଇନ୍‌ ରୁମର ଟଏଲେଟ୍‌ରେ ଫାଶୀ ଲଗାଇ ଦେଇଥିଲେ। ତାଙ୍କ ମୃତ୍ୟୁ ପାଇଁ ତୁନିଶାଙ୍କ ମା’ ତାଙ୍କ ପୂର୍ବତନ ପ୍ରେମିକ ଶିଜାନଙ୍କୁ ଦାୟୀ କରିଛନ୍ତି। ଶିଜାନଙ୍କୁ ପୋଲିସ ଗିରଫ ବି କରିଛି। ଏଥି ସହିତ ଆସନ୍ତାକାଲି ଅର୍ଥାତ୍‌ ଡିସେମ୍ବର ୨୭ରେ ତୁନିଶାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri