ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଶା, ଆଶଙ୍କାରେ…

ଭୁବନେଶ୍ୱର,୧୮।୩: ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଶା ଓ ଆଶଙ୍କା ମଧ୍ୟରେ ଲୋକେ। କେନ୍ଦ୍ରାପଡା ମହାକାଳପଡ଼ା ଆସନରୁ ଏଥର କିଏ ଏବଂ କେଉଁ ଦଳର ଠିଆ ହେବ ତାକୁ ନେଇ କର୍ମୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗିରହିଛି । ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଗାମୀ ରଣନିିତି ସ୍ଥିର କରିବାକୁ ବୈଠକ ପରେ ବୈଠକ କରୁଛନ୍ତି ବିଜୟ ମହାପାତ୍ର । ସ୍ଥାନୀୟ ଗୋଜବାୟାଣୀ ପୀଠରେ ଏକାଠି ହୋଇ ୨୦୨୪ ନିର୍ବାଚନ ରଣନିତି ସମ୍ପର୍କରେ କର୍ମୀଙ୍କ ସହ ଆଲୋଚନା କରିଛନ୍ତି ।
ପୂର୍ବରୁ ବିଜୁବାବୁଙ୍କ ଏକାନ୍ତ ଅନୁଗତ ଥିଲେ ବିଜୟ ମହାପାତ୍ର। ବିଜୁଙ୍କ ମନ୍ତ୍ରୀମଣ୍ଡଳରେ ସେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇ ଆସିଥିଲେ। ହେଲେ ୨୦୦୦ରେ ବିଜେଡି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ଦିଆଯାଇଥିଲା। ବିଧାୟକ ପ୍ରାର୍ଥୀ ଭାବେ ସେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ହେଲେ ଶେଷ ମୁହୂର୍ତ୍ତରେ ତାଙ୍କ ଟିକେଟ ପ୍ରତ୍ୟାହାର କରି ନିଆଯାଇଥିଲା। ଏହାପରେ ସେ ବିଜେଡି ସହ ସମ୍ପର୍କ ଛିନ୍ନ କରିଥିଲେ। ୨୦୦୯ ଓ ୨୦୧୯ ରେ ସେ ପାଟକୁରାରୁ ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନାରେ ଅବତୀର୍ଣ୍ଣ ହୋଇଥିଲେ। ହେଲେ ବିଜେଡି ପ୍ରାର୍ଥୀଙ୍କଠାରୁ ସେ ପରାଜିତ ହୋଇଥିଲେ। ୨୦୧୯ ନିର୍ବାଚନ ପରଠାରୁ ବିଜୟ ରାଜନୈତିକ କ୍ଷେତ୍ରରେ ଏକ ପ୍ରକାର ନୀରବ ରହିଥିଲେ। ହେଲେ ୨୦୨୪ ନିର୍ବାଚନ ପୂର୍ବରୁ ତାଙ୍କ ପୁଅ ବିଜେଡିରେ ଯୋଗ ଦେଇଥିଲେ। ପରେ ବିଜୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?