୭ କିମି ଚାଲିଚାଲି ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଛାତ୍ର

କେନ୍ଦୁଝର,୩ା୮(ସ୍ବ.ପ୍ର.): ସଦର ବ୍ଲକ ରାଙ୍କିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ବୁଧବାର ଦଶମ ଶ୍ରେଣୀ ଛାତ୍ରମାନେ ୭ କିଲୋମିଟର ରାସ୍ତା ଚାଲଚାଲି ଆସି ଜିଲାପାଳଙ୍କ ଅଫିସ ଘେରାଉ କରି ସେମାନଙ୍କ ସମସ୍ୟା ଜଣାଇଛନ୍ତି।

ଖାଦ୍ୟ,ପାନୀୟ,ପୋଷାକ ଯୋଗାଣ ତଥା ହଷ୍ଟେଲର ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଜଣାଇଥିଲେ। ନିୟମିତ ବିଦ୍ୟାଳୟ ତଦାରଖ ହେଉଥିଲେ ହେଁ ପିଲାମାନଙ୍କୁ ଉପଯୁକ୍ତ ସୁବିଧା ମିଳୁନାହିଁ ବୋଲି ଅଭିଯୋଗ କରିଥିଲେ। ଜିଲାପାଳଙ୍କ ସହ ଛାତ୍ରମାନେ ଆଲୋଚନା କରି ନିଜ ସମସ୍ୟା ଜଣାଇବା ପରେ ଫେରି ଆସିଥିଲେ। ଦଶମ ଶ୍ରେଣୀ ଅନ୍ତେବାସୀ ଏଥିପାଇଁ ବିଦ୍ୟାଳୟ ପରିଚାଳନାକୁ ଦାୟୀ କରିବା ସହ ଅଧ୍ୟକ୍ଷା ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ କରିଥିଲେ। ଖାଦ୍ୟ ମେନୁ ଚାର୍ଟ ଅନୁଯାୟୀ ଦିଆଯାଉନାହିଁ ଓ ଅଧିକାଂଶ ଦିନ ପଖାଳ ଏବଂ ଆଳୁଭଜା ଦିଆଯାଉଛି ବୋଲିି ଅଭିଯୋଗ କରିଥିଲେ। ଜେନେରେଟର ଖରାପ ହୋଇଥିଲେ ହେଁ ମରାମତି କରାଯାଉ ନ ଥିବାରୁ ଅନ୍ତେବାସୀ ଶୌଚ ପାଇଁ ହଇରାଣ ହେଉଛନ୍ତି। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ନିୟମିତ ବ୍ୟବଧାନରେ ଦିଆଯାଉନାହିଁ ବୋଲି ଅଭିଯୋଗ କରିଛନ୍ତି। ଜିଲାପାଳ ଅନ୍ତେବାସୀଙ୍କ ଅଭିଯୋଗ ଆଧାରରେ ପ୍ରକଳ୍ପ ପ୍ରଶାସକ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ତପନ କୁମାର ନାୟକ ଏବଂ ଜିଲା ମଙ୍ଗଳ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ଦାଶ୍‌ଙ୍କୁ ନେଇ ଏକ ତଦନ୍ତ କମିଟି କରିଛନ୍ତି। ତଦନ୍ତ ରିପୋର୍ଟ ଆଧାରରେ ପଦକ୍ଷେପ ନିଆଯିବ। ତେବେ ପିଲାମାନଙ୍କ ଏଭଳି ଅଭିଯୋଗକୁ ଅଧ୍ୟକ୍ଷା ସୁନୀତା ପଟ୍ଟନାୟକ ଅସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri