Posted inଜାତୀୟ

ପଶ୍ଚିମବଙ୍ଗ ପରେ ମହାରାଷ୍ଟ୍ରରେ ‘ଇଣ୍ଡିଆ’କୁ ଝଟକା

ମୁମ୍ବାଇ,୨୯।୧୨: ଲୋକ ସଭା ନିର୍ବାଚନ ୨୦୨୪ରେ ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଏନଡିଏ ମିଳିତ ମଞ୍ଚର ମୁକାବିଲା ପାଇଁ ଗଠିତ ୨୮ଟି ଦଳର ‘ଇଣ୍ଡିଆ’ ମିଳିତ ମଞ୍ଚରେ ଆସନ ବଣ୍ଟନ ଏପର୍ଯ୍ୟନ୍ତ ହୋଇନାହିଁ। ଏହାପୂର୍ବରୁ ମଧ୍ୟ ଆଞ୍ଚଳିକ ଦଳମାନେ ସେମାନଙ୍କର ଦାବି ଉପସ୍ଥାପନ କରିବା ଆରମ୍ଭ କରି ଦେଇଛନ୍ତି। ଗୁରୁବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି ଯେ ଲୋକ ସଭା ନିର୍ବାଚନରେ ସେ ରାଜ୍ୟର କୌଣସି ଦଳ ସହ ମେଣ୍ଟ କରିବେ ନାହିଁ। ବର୍ତ୍ତମାନ ଉଦ୍ଧବ ଠାକରେଙ୍କ ପାର୍ଟି ଶିବସେନା (ୟୁବିଟି) ମଧ୍ୟ ମହାରାଷ୍ଟ୍ରରେ ଆସନ ଦାବି କରିଛି।
ଶିବସେନା ଏମପି ସଞ୍ଜୟ ରାଉତ କହିଛନ୍ତି ଯେ ବିଭାଜନ ସତ୍ତ୍ୱେ ଆମେ ମହାରାଷ୍ଟ୍ରର ସବୁଠାରୁ ବଡ ଦଳ। ଆମେ ୨୩ ଟି ଆସନରେ ନିର୍ବାଚନ ଲଢୁଛୁ। ଗତ ନିର୍ବାଚନରେ ଆମେ ଏହି ୧୮ଟି ସିଟ ଜିତିଥିଲୁ। ଏଥର ମଧ୍ୟ ଆମେ ସମାନ ସଂଖ୍ୟକ ଆସନରେ ନିର୍ବାଚନ ଲଢିବୁ। ତେବେ ରାଉତ କହିଛନ୍ତି ଯେ ମହାରାଷ୍ଟ୍ରରେ ଶିବସେନା, କଂଗ୍ରେସ ଏବଂ ଏନସିପି (ଶରଦ ପାୱାରଙ୍କ ଦଳ) ଏକାଠି ପ୍ରତିଦ୍ୱନ୍ଦ୍ୱିତା କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri